Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୭ ତାରିଖରେ ବିଧାନସଭା ଘେରିବ ବିଜେପି ଯୁବମୋର୍ଚ୍ଚା

ଭୁବନେଶ୍ୱର(ଓଡ଼ିଶା ୱେୟାର):ରାଜ୍ୟ ସରକାରଙ୍କ ଯୁବମାରଣ ନୀତି ଓ ରୋଜଗାର ପ୍ରଦାନରେ ବିଫଳତା ପ୍ରତିବାଦରେ ଆସନ୍ତା ୭ ତାରିଖରେ ବିଧାନସଭା ଘେରାଉ କରିବାକୁ ରାଜ୍ୟ ବିଜେପି ଯୁବମୋର୍ଚ୍ଚା ନିଷ୍ପତ୍ତି ନେଇଛି।
ରାଜ୍ୟ କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ, ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ କହିଛନ୍ତି ଯେ, ଓଡ଼ିଆ ଯୁବକ ଯୁବତୀମାନଙ୍କୁ ସ୍ୱାବଲମ୍ବୀ ଓ ରୋଜଗାରକ୍ଷମ କରିବାରେ ବାଧକ ସାଜୁଥିବା ରାଜ୍ୟ ସରକାରଙ୍କ ବିରୁଦ୍ଧରେ, ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଲକ୍ଷାଧିକ ଓଡ଼ଆ ଯୁବକ ଯୁବତୀ ବିଧାନସଭା ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିବେ। ଏଥିସହ ସେମାନେ ନିଜ ନିଜର ଶିକ୍ଷାଗତ ସାର୍ଟିଫିକେଟ୍ ରାଜ୍ୟ ସରକାରଙ୍କୁ ଫେରାଇଦେବେ। ସମାଜର ସବୁଠାରୁ ବଡ଼ ବର୍ଗ ଯୁବସମାଜକୁ ନବୀନ ସରକାର ଧୋକା ଦେଇଚାଲିଛନ୍ତି। ଯେ ପର‌୍ୟ୍ୟନ୍ତ ରାଜ୍ୟ ସରକାର ଯୁବକମାନଙ୍କୁ ନିଯୁକ୍ତି ଯୋଗାଇ ନାହାନ୍ତି, ସେପର‌୍ୟ୍ୟନ୍ତ ଯୁବମୋର୍ଚ୍ଚା ଆନ୍ଦୋଳନ ଜାରି ରହିବ ବୋଲି ଶ୍ରୀ ତ୍ରିପାଠୀ ଚେତାବନୀ ଦେଇଛନ୍ତି।
ସେ କହିଛନ୍ତି ଯେ, ଦୀର୍ଘ ୧୯ ବର୍ଷ ଧରି ରାଜ୍ୟରେ ବେକାରୀ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଓଡ଼ିଶାର ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ନଦେଇ ‘ନିଯୁକ୍ତି ମେଳା’ ନାଁରେ ରାଜ୍ୟସରକାର ଲକ୍ଷାଧିକ ଟଙ୍କା ହଡ଼ପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୋଟିଏପଟେ ରାଜ୍ୟର ବିକାଶକୁ ନେଇ ଡିଣ୍ଡିମ ପିଟୁଥିବା ବେଳେ, ଅନ୍ୟପଟେ ଯୁବକମାନେ ଏଠି କାମ ନପାଇ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ଦୀର୍ଘବର୍ଷ ଶାସନ ଗାଦିରେ ବିଜେଡି ରହିବା ପରେ ବି ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିପାରିଲେ ନାହିଁ। ସରକାରୀ ସ୍ତରରେ ବିଭିନ୍ନ ବିଭାଗରେ ପଦବୀ ଖାଲି ପଡ଼ିଛି। ସେହିପରି ରାଜ୍ୟ ସରକାର ବିଭିନ୍ନ ଶିଳ୍ପମାନଙ୍କ ସହ ଏମଓୟୁ କରି ସ୍ଥାନୀୟ ଯୁବକମାନଙ୍କୁ ନିଯୁକ୍ତି ଦେଇନାହାଁନ୍ତି। ଅନ୍ୟପଟେ ରାଜ୍ୟସରକାର ଏନ୍ଟପିିସି, ଜାତୀୟ ରାଜପଥ, ତୈଳଗଚ୍ଛିତ କେନ୍ଦ୍ର ଆଦି ପ୍ରକଳ୍ପକୁ ଆଗକୁ ନେବାରେ ବାଧକ ସାଜିଛନ୍ତି ବୋଲି ଶ୍ରୀ ତ୍ରିପାଠୀ ଅଭିଯୋଗ କରିଛନ୍ତି।
ଏହି ସାମ୍ବାଦିକ ସମ୍ମିଳନୀରେ ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଞ୍ଜିିତ ଦାସ, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ଦୀପକ ଗୋଚ୍ଛାୟତ ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top