Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କଲେ ଅମିତ ଶାହା

ଦିଲ୍ଲୀରେ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ । ଦିଲ୍ଲୀ ବିଜ୍ଞାନ ଭବନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଆରମ୍ଭ ହୋଇଛି । ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି ତାଙ୍କ ସହ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏହି ବୈଠକରେ ଦେଇଛନ୍ତି ।ଏହା ସହ ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିବା ସୂଚନା ।

ଏହି ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଉଥିଲା ସୂଚନା ।ଅନ୍ୟପଟେ ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ବାମପନ୍ଥୀ ଉଗ୍ରବାଦ ଏବେ ଅନ୍ତିମ ଚରଣରେ ପହଞ୍ଚିଛି ।

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ମାଓବାଦୀ ସମସ୍ୟାରୁ ସଂପୂର୍ଣ୍ଣ ମୁକ୍ତ ହେବ ।ଅନେକ ସ୍ଥାନ ଏବେ ବାମପନ୍ଥୀ ଉଗ୍ରବାଦରୁ ମୁକ୍ତି ପାଇଛି । ଏବେ ଅନ୍ତିମ ପ୍ରହାରର ଆବଶ୍ୟକତା ରହିଛି । ଅଗଷ୍ଟ ୨୪ ଏବଂ ୨୫ରେ ଛତିଶଗଡ଼ ଯାଇ ରଣନୀତି ପ୍ରସ୍ତୁତ କରିଥିଲି । ଜାନୁଆରୀରୁ ଏଯାଏ ମୋଟ ୧୯୪ ନକ୍ସଲଙ୍କୁ ନିପାତ କରାଗଲାଣି । ଏବେ ପର୍ଯ୍ୟନ୍ତ ୮୦୧ ନକ୍ସଲ ଗିରଫ ଏବଂ ୭୪୨ ଜଣ ଆତ୍ମସମର୍ପଣ କରିସାରିଲେଣି ।ଏହା ସହ ନକ୍ସଲଙ୍କୁ ଆହ୍ବାନ ଦେଇ ଗୃହ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ । ଥଇଥାନ ପାଇଁ ରାଜ୍ୟମାନଙ୍କ ପକ୍ଷରୁ ଭଲ ବ୍ୟବସ୍ଥା କରାଯାଇଛି । ଏହାର ଫାଇଦା ନିଅନ୍ତୁ , ଦେଶର ବିକାଶରେ ସାମିଲ ହୁଅନ୍ତୁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top