Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୮ ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର(ଓଡ଼ିଶା ୱେୟାର): ପଞ୍ଚାୟତକୁ ଉଭୟ ଆର୍ଥିକ ଓ ପ୍ରଶାସନିକ କ୍ଷମତା ହସ୍ତାନ୍ତର ସଂକ୍ରାନ୍ତ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି କରିଥିବା ସୁପାରିସକୁ ଆଜି କ୍ୟାବିନେଟ ଅନୁମୋଦନ କରିଛନ୍ତି। ଏହାସହିତ ମୋଟ ୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛନ୍ତି।

ଭୁବନେଶ୍ୱର(ଓଡ଼ିଶା ୱେୟାର): ପଞ୍ଚାୟତକୁ ଉଭୟ ଆର୍ଥିକ ଓ ପ୍ରଶାସନିକ କ୍ଷମତା ହସ୍ତାନ୍ତର ସଂକ୍ରାନ୍ତ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି କରିଥିବା ସୁପାରିସକୁ ଆଜି କ୍ୟାବିନେଟ ଅନୁମୋଦନ କରିଛନ୍ତି। ଏହାସହିତ ମୋଟ ୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛନ୍ତି।
ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁÂିତ ହୋଇଯାଇଛି। ବିଧାନସଭା ଅଧିବେଶନ ଯୋଗୁ କ୍ୟାବିନେଟ ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଆନୁÂାନିକ ଭାବେ ସୂଚନା ଦିଆଯାଇନାହିଁ। ତେବେ ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦକୁ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍କୁଲ, ହାଇସ୍କୁଲ, ଅଙ୍ଗନୱାଡ଼ି କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୋଠା ରକ୍ଷଣାବେକ୍ଷଣ ଓ ମରାମତି କରିବା ଦାୟିତ୍ୱ ନ୍ୟସ୍ତ ପାଇଁ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି। ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଏହି ପ୍ରସ୍ତାବ ଆସିଥିଲା।
ସେହିପରି ଅର୍ଥ ବିଭାଗ ମଧ୍ୟ ପଞ୍ଚାୟତିରାଜ ଅନୁÂାନକୁ ଆର୍ଥିକ ଆବଣ୍ଟନ ସଂକ୍ରାନ୍ତ ଏକ ପ୍ରସ୍ତାବ ଆଣିଥିଲା, ଯାହାକୁ କ୍ୟାବିନେଟ ମଞ୍ଜୁର କରିଛନ୍ତି। ଜଳସମ୍ପଦ ବିଭାଗ ପକ୍ଷରୁ ମୋଟ ୫ଟି ପ୍ରସ୍ତାବ ଆସିଥିଲା। ସେଥିରେ ୩ଟି ଜଳସେଚନ ପ୍ରକଳ୍ପ ଟେଣ୍ଡର କାର୍ଯ୍ୟ ମଧ୍ୟ ସାମିଲ ଅଛି। ଏସବୁ ବ୍ୟତୀତ ରାଜସ୍ୱ ବିଭାଗ ପକ୍ଷରୁ ମଧ୍ୟ ଏକ ଏଜେଣ୍ଡାକୁ କ୍ୟାବିନେଟ ଅନୁମୋଦନ ମିଳିଛି।
ସୂଚନାଯୋଗ୍ୟ ପଞ୍ଚଦଶ ଅର୍ଥ କମିଶନ ଓ ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ରିପୋର୍ଟକୁ ଆଧାର କରି ବିଭିନ୍ନ ପଞ୍ଚାୟତିରାଜ ଅନୁÂାନକୁ ଅର୍ଥ ଆବଣ୍ଟନ ଓ କ୍ଷମତା ହସ୍ତାନ୍ତର ସଂକ୍ରାନ୍ତରେ ରାଜ୍ୟ ସରକାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଆନ୍ତଃମନ୍ତ୍ରିସ୍ତରୀୟ କମିଟି ଗଠନ କରିଥିଲେ। ଏହି କମିଟି ନିଜର ରିପୋର୍ଟ ଦେବାପରେ ଆଜି ତାହା କ୍ୟାବିନେଟ ବୈଠକର ଅନୁମୋଦନ ଲାଭ କରିଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top