Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୯ଟି ଜିଲ୍ଲାରେ ହାଇଟେକ୍ ସର୍ଭେ ଚାଲିଛି : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଜମିଜମା ସର୍ଭେ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ଡିଜିଟାଲ ଇଣ୍ଡିଆ ଲ୍ୟାଣ୍ଡ୍ ରେକର୍ଡସ୍ ଆଧୁନିକୀକରଣ କାର୍ଯ୍ୟକ୍ରମର ଏକ ଅଂଶବିଶେଷ । ପ୍ରଥମ ପର୍ଯ୍ୟାୟରେ ୯ଟି ଜିଲ୍ଲାରେ ଏହି ସର୍ଭେ ଆରମ୍ଭ କରାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି ।
ଆଜି ପ୍ରଶ୍ନକାଳରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ମୂଳ ପ୍ରଶ୍ନ ଓ ବିଧାୟକ ପ୍ରଫୁଲ୍ଲ ମାଝୀ, ଅଶ୍ୱିନୀ ପାତ୍ର, ବିଭୂତିଭୂଷଣ ହରିଚନ୍ଦନ, ଜ୍ୟୋତିରଞ୍ଜନ ପାଣିଗ୍ରାହୀ, ଚନ୍ଦ୍ରଶେଖର ମାଝୀ, ମହେଶ ସାହୁ, ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ଅତିରିକ୍ତ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ଶ୍ରୀ ମହାନ୍ତି କହିଛନ୍ତି ଯେ, ଏହି ହାଇଟେକ୍ ସର୍ଭେ ନିମନ୍ତେ ଅତ୍ୟାଧୁନିକ ଜ୍ଞାନକୌଶଳର ଆବଶ୍ୟକତା ଥିବାରୁ ଓଡ଼ିଶା ସରକାର ୨୦୧୨ ମସିହାରେ ନୂତନ ଭାବେ ଓଡ଼ିଶା ସ୍ୱତନ୍ତ୍ର ସର୍ଭେ ଓ ବନ୍ଦୋବସ୍ତ ଅଧିନିୟମ-୨୦୧୨ ପ୍ରଣୟନ କରିଛନ୍ତି । ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୯ଟି ଜିଲ୍ଲା ଯଥା କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ସୁବର୍ଣ୍ଣପୁର ଓ ଦେବଗଡ଼ ଜିଳ୍ଲାରେ ଏହି ସର୍ଭେ ଆରମ୍ଭ କରାଯାଇଛି । ବିଶେଷକରି ଆଧୁନିକ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗରେ ଜମିଜମା ରେକର୍ଡ ଓ ନକ୍ସାର ଆଧୁନିକୀକରଣ କାର୍ଯ୍ୟ ଏହା ଦ୍ୱାରା କରାଯିବ । ଏହି କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, କନ୍ଧମାଳ ଓ ଯାଜପୁର ଜିଲ୍ଲାକୁ ନିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ମହାନ୍ତି କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top