Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ ଭୁବନେଶ୍ୱର ଲୋକସଭା ଆସନ ପାଇଁ କଲେ ନାମାଙ୍କନ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି ।

ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଜି ସକାଳେ ପ୍ରଥମେ ନିଜ ବାସଭବନରେ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସମର୍ଥକଙ୍କ ସହ ମା’ ଭୁଆଷୁଣି ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ସେ ନିଜ ସମର୍ଥକଙ୍କ ସହ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ଏକ ଖୋଲା ଜିପ୍‌ରେ ଯାଇଥିଲେ। ଏହି ସମୟରେ ଅପରାଜିତା ଏକ ବିଶାଳ ରୋଡ ଶୋ’ କରିଥିବା ବେଳେ ତାଙ୍କର ହଜାର ହଜାର ସମର୍ଥକ ଏଥିରେ ସାମିଲ ହୋଇଥିଲେ। ଏହାପରେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ।

ସେହିପରି ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ମଧ୍ୟ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳୁ ସକାଳୁ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରି ପ୍ରଭୁଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପାଇଁ ବାହାରିଥିଲେ ମନ୍ମଥ। ତେବେ ନାମାଙ୍କନ ଦାଖଲ ପୂର୍ବରୁ ମନ୍ମଥ ଲିଙ୍ଗରାଜ ମନ୍ଦିରରୁ ଦୌଡ଼ି ଦୌଡ଼ି ଜଟଣୀରେ ପହଞ୍ଚିଥିଲେ। ଏହାପରେ ଗୋଡ଼ିପୋଖରୀ ଛକରୁ ନିଜ ସମର୍ଥକଙ୍କ ସହ ଶଗଡ଼ ଜରିଆରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ତାଙ୍କ ସମର୍ଥକମାନେ ପାଇକ ବେଶରେ ସଜ୍ଜିତ ହୋଇଥିବା ବେଳେ ଶଙ୍ଖ ଧ୍ୱନିରେ ଚତୁଃର୍ଦ୍ଦିଗ ପ୍ରକମ୍ପିତ ହୋଇ ଉଠିଥିଲା। ସେଠାରୁ ମନ୍ମଥ ବିରାଟ ଶୋଭାଯାତ୍ରାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଥିଲେ ।

ତେବେ ନାମାଙ୍କନ ଦାଖଲ ବେଳେ ଉଭୟ ପ୍ରାର୍ଥୀଙ୍କ ସମର୍ଥକ ମୁହାଁମୁହିଁ ହୋଇଥିବା ବେଳେ କିଛି ସମୟ ପାଇଁ ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିଥିଲା | ଉଭୟଙ୍କ ସମର୍ଥକ ବିଭିନ୍ନ ସ୍ଲୋଗାନ ଦୀର୍ଘ ସମୟ ଧରି ପ୍ରଦାନ କରୁଥିବାର ଦେଖିବାକୁ ମିଳିଥିଲା। ସମର୍ଥକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସପକ୍ଷରେ ସ୍ଲୋଗାନ୍ ଦେଇଥିଲେ। ଘଟଣାସ୍ଥଳରେ ଏସପି ପହଞ୍ଚିଥିଲେ। ଘଟଣାସ୍ଥଳରେ ପୁଲିସ୍ ପହଂଚି ଉଭୟ ଗୋଷ୍ଟୀଙ୍କୁ ଘଉଡ଼ାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top