Latest

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ବିଜ୍ଞପ୍ତି ଜାରି କଲେ ରାଜ୍ୟସରକାର

Posted on

ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରାଜ୍ୟ ସରକାର । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସଂପର୍କିତ ବିଜ୍ଞପ୍ତି ଜାରି କରିଛି ସାଧାରଣ ପ୍ରଶାସନ ବିଭାଗ ।ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବା ଅର୍ଥାତ୍ ପୁଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ। ‘ଗ’ ଓ ‘ଘ’ ବର୍ଗ ପଦବୀରେ ନିର୍ଦ୍ଧାରିତ ବୟସସୀମା ୩ ବର୍ଷ କୋହଳ ହେବ ।

ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ମିଳିବ। ଏହା ପୂର୍ବରୁ ଗତ ଜୁଲାଇ ୨୬ ତାରିଖରେ କାରଗିଲ ବିଜୟ ଦିବସ ଅବସରରେ ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୟୁନିଫର୍ମ ସେବା କ୍ଷେତ୍ରରେ ଓଡ଼ିଶାର ଅଗ୍ନିବୀରଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବା ସହ ୫ ବର୍ଷ ବୟସସୀମା କୋହଳ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଥିବା ସେ ସୂଚନା ଦେଇଥିଲେ।

Leave a Reply

Your email address will not be published. Required fields are marked *

Most Popular

Exit mobile version