Latest

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି 

Posted on

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଜାରି ହେଲା ଗାଇଡଲାଇନ୍‌। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ ସେହି ସମ୍ପର୍କରେ ବିସ୍ତୃତ ଗାଇଡଲାଇନ ଜାରି ହୋଇଛି ।ପୁନଃ ନିଯୁକ୍ତି ପାଇଁ ଚୟନ କରିବ କମିଟି । ଏହି କମିଟିରେ ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ, ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ ରହିଛନ୍ତି।

୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ଦିଆଯିବ । ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଥିବା ଜରୁରୀ । ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି । ଅବସରପୂର୍ବରୁ ସିସିଆର୍‌ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ । ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ । ମୋଟ ପଦବୀର ମାତ୍ର ୧ ପ୍ରତିଶତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ।

Leave a Reply

Your email address will not be published. Required fields are marked *

Most Popular

Exit mobile version