Latest

ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ

Posted on

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା । ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ।ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପାଇଁ ତାଙ୍କ ଓକିଲ ସୁପ୍ରିମକୋର୍ଟରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ । ହେଲେ ବୁଧବାର ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ଵଳ ଭୂୟାଁଙ୍କ ଖଣ୍ଡପୀଠ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଥିଲେ। ଏହା ସହ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୩ ହେବା ନେଇ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।

Leave a Reply

Your email address will not be published. Required fields are marked *

Most Popular

Exit mobile version