Latest

ଆଇସିୟୁରେ ଭର୍ତ୍ତି ହେଲେ ବରିଷ୍ଠ ବିଜେପି ନେତା ସମୀର ଦେ

Posted on

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ କଟକର ସିଡିଏ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି।

ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Leave a Reply

Your email address will not be published. Required fields are marked *

Most Popular

Exit mobile version