Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆଗୁଆ ପ୍ରାର୍ଥୀ ଘୋଷଣା ବିଚାର କରାଯାଉଛି : ନବୀନ

ଭୁବନେଶ୍ୱର : ରାଜ୍ୟରେ ସାଧାରଣ ନିର୍ବାଚନର ୬ମାସ ପୂର୍ବରୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିବ ବୋଲି କହିବାପରେ ବିଜେଡି ମଧ୍ୟ ସମାନ ଶୈଳୀରେ ନିଷ୍ପତ୍ତି ନେବ ବୋଲି ଇସାରା ଦେଇଛି । ୬ଦିନିଆ ଦିଲ୍ଲୀ ଗସ୍ତରୁ ଫେରିବା ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆଗୁଆ ପ୍ରାର୍ଥୀ ଚୂଡ଼ାନ୍ତ କରିବା ପ୍ରସ୍ତାବ ଉପରେ ସେ ଗୁରୁତ୍ୱର ସହ ବିଚାର କରୁଛନ୍ତି । ଦଳ ମଧ୍ୟରେ ଏନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ସେହିପରି ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ କରାଯିବାକୁ ନେଇ ସେ ଆଶାବାଦୀ ଅଛନ୍ତି ବୋଲି କହିଛନ୍ତି । ସାମ୍ବାଦିକଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସାମିଲ କରିବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନରେ ଏହା ତାଙ୍କ ପ୍ରତି ସବୁଠୁ ବଡ଼ ସମ୍ମାନ ହେବ । ତାଙ୍କର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବାକୁ ନେଇ ସେ ଆଶାବାଦୀ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ରାଷ୍ଟ୍ରପତି ଭବନରେ ମେ’ ୨ତାରିଖରେ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଦାବି ଉପସ୍ଥାପନ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top