ଉପକୂଳରୁ ଉପାନ୍ତ, ସବୁଠି ଅଗ୍ନିବର୍ଷା । ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ । ଆଜି ଓ କାଲି ପାଇଁ ସିଭିୟର ହିଟୱେଭ୍ ନେଇ ୧୫ ଜିଲ୍ଲାକୁ ରେଡ୍ ଓ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।


