Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି । ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ । ପ୍ରାୟ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରାଯାଇଛି ।

ମଙ୍ଗଳବାର ସନ୍ଧ୍ୟାରେ ‘ସୁରଭି’ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା,ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ବାବୁ ସିଂ, ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ ଅତିଥି ଭାବରେ ଯୋଗ ଦେବେ । ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ନଭେମ୍ବର ୧୪ ଶିଶୁ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମ୍ମାନନୀୟ ଅତିଥି ଭାବେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ,ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ ଓ ମୁଖ୍ୟ ସଚିବ ମନୋଜ ଆହୁଜା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top