Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛନ୍ତି। ଡାଲ ହ୍ରଦ କୂଳରେ ଥିବା ଶେର-କଶ୍ମୀର ଆନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ସକାଳ ୬.୩୦ ରେ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ସହରରେ ପ୍ରବଳ ବର୍ଷା ହେତୁ ବ୍ୟାହତ ହୋଇଥିଲା। ବାହାରେ ବର୍ଷା ହେବା ହେତୁ ପରେ ଭିତରେ ଯୋଗ କରିବାର ବନ୍ଦୋବସ୍ତ କରାଯାଇଥିଲା ଓ ପ୍ରଧାନମନ୍ତ୍ରୀ ସେଠାରେ ଯୋଗ କରିଛନ୍ତି।

ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ଥିମ ‘ସ୍ୱୟଂ ଓ ସମାଜ ପାଇଁ ଯୋଗ’ ରଖାଯାଇଛି ।ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ଯୋଗ ଦିବସରେ ଦେଶର ବିଭିନ୍ନ କୋଣରେ ଯୋଗ ପ୍ରଦର୍ଶନ କରୁଥିବା ଲୋକମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ସାରା ବିଶ୍ୱରେ ଯୋଗ ଅଭ୍ୟାସ କରୁଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।”ସେହିପରି ଓଡିଶାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ସାମିଲ ହୋଇ ଯୋଗ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି,ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ । ଯୋଗ କଲେ ଶରୀର ସୁସ୍ଥ ରହିଥାଏ। ଯୋଗ ଗୋଟିଏ ଦିନ ନୁହେଁ ସବୁଦିନ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ଲାଗି କ୍ରୀଡ଼ା ଏବଂ ଯୁବ ବ୍ୟାପାର ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶର ସୂରଜଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ପୁରୀ ଜିଲ୍ଲା କୋଣାର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଅନତମ ଉପ ମୁଖ୍ୟମନ୍ତ୍ରୀ ‌କନକବର୍ଦ୍ଧନ ସିଂହଦେଓ ନୂଆପଲ୍ଲୀଠାରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାର ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କୋଣାର୍କରେ ହେବାକୁ ଥିବା ଉତ୍ସବରେ ସାମିଲ ହୋଇଛନ୍ତି। ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦ ଏବଂ ବିଧାୟକମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ସମାରୋହରେ ଯୋଗ ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top