Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସାରିବ ପ୍ରଚାର

ଭୁବନେଶ୍ବର: ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ପଡ଼ିବ ଭୋଟ୍ । ଉଭୟ ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରୁଥିବା ବେଳେ ଆଜି ସନ୍ଧ୍ୟା ୫ଟାରେ ପ୍ରଚାର ଶେଷ ହେବ। ସରିବ ନେତାଙ୍କ ଧୂଆଁଧାର ପ୍ରଚାର । ସେହିପରି ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ଆଜି ପ୍ରଚାର ମୈଦାନରେ ଜୋର ଲଗାଇବେ ପ୍ରାର୍ଥୀ । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ । ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ । ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏ ଆସନରେ ହେବ ମତଦାନ ।

ମେ’ ୧୩ ତାରିଖ ସକାଳ ୭ଟା’ରେ ଭୋଟ ଗ୍ରହଣ କରାଯିବ। ଆଇନଶୃଙ୍ଖଳା ଏବଂ ମତଦାନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ହୋଇଥିବା ଜଣାପଡିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top