Latest
ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୀତି ଆୟୋଗର ବୈଠକରେ ଯୋଗଦେବାପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ନେଇ ବ୍ଲୁ ପ୍ରିଣ୍ଟ ଉପରେ ଆଲୋଚନା ହେବ। ଏଥିରେ ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ। ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ଲାଗି ନୀତି ଆୟୋଗ ବୈଠକରେ ଯୋଗଦେବେ।