Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ନୀତିକାନ୍ତି କରାଯିବା ପରେ ଆରମ୍ଭ ହେବ ରଥଟଣା

ରଥଯାତ୍ରାର ଆଜି ଦ୍ବିତୀୟ ଦିନ । ଅଧାବାଟରେ ଅଟକିଛି ଶ୍ରୀବିଗ୍ରହଙ୍କ ତିନିରଥ । ମରିଚିକୋଟ ଛକରେ ଅଟକିଛି ତାଳଧ୍ବଜ ରଥ । ରାଜନଅର ନିକଟରେ ଅଟକିଛି ଦର୍ପଦଳନ ରଥ ଓ ସିଂହଦ୍ବାରର ୨ ପାଦ ଆଗରେ ନନ୍ଦିଘୋଷ ରଥ । ଆଜି ପ୍ରଥମେ ରଥ ଉପରେ ନୀତିକାନ୍ତି କରାଯିବା ପରେ ଆରମ୍ଭ ହେବ ରଥଟଣା ।ଚାଲିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ବିରଳ ଘଟଣାରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଥିବାରୁ ଏଥର ଦୁଇଦିନିଆ ରଥଟଣା । ଗତକାଲି ଶ୍ରୀମନ୍ଦିର ରତ୍ନବେଦୀରୁ ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ପରଂବ୍ରହ୍ମ। ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ନବଦିନ ବ୍ୟାପୀ ଘୋଷଯାତ୍ରା ଆରମ୍ଭ କରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ସବୁ ଜାତି ଓ ଧର୍ମର ଭକ୍ତଙ୍କୁ ଦର୍ଶନ ଦେବାପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହୋଇଛି।

ସନ୍ଧ୍ୟା ପୂର୍ବରୁ ଆପାତତଃ ଧାର୍ଯ୍ୟ ସମୟରେ ତିନିରଥ ଗଡ଼ିବା ଆରମ୍ଭ ହୋଇଥିବାବେଳେ ଏହାକୁ ଟାଣିବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଶ୍ରଦ୍ଧାଳୁ। ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ମରୀଚିକୋଟ ଛକରେ ଅଟକି ଥିବାବେଳେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶ୍ରୀକୃଷ୍ଣ ସିନେମା ଛକରେ ରହିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ବାରଠାରୁ ଅଳ୍ପବାଟ ଯାଇ ଅଟକିଛି। ସୋମବାର ସକାଳୁ ପୁଣିଥରେ ରଥଟଣା ଆରମ୍ଭ ହେବ।

ତିନିରଥ ଟଣାଯାଇ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖକୁ ନିଆଯିବ। ତିନିରଥକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖା ଯାଇଛି। ଚତୁଃପାର୍ଶ୍ବରେ ବ୍ୟାରିକେଡ କରାଯିବା ସହ ଆଲୋକ ବ୍ୟବସ୍ଥା କରାଯାଇଛି। ସଶସ୍ତ୍ର ପୁଲିସବାହିନୀ ରଥଗୁଡିକୁ ଜଗି ରହିଛନ୍ତି। ରଥ ଉପରେ ମହାପ୍ରଭୁଙ୍କ ସେବା ପୂଜା କରାଯାଉଛି। ରାତିରେ ରଥାରୁଢ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗି ରହିଥିବାର ଦେଖିବାକୁ ମିଳିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top