Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ପବିତ୍ର ଅକ୍ଷୟ ତୃତୀୟା

ହିନ୍ଦୁ ଧର୍ମରେ ଅକ୍ଷୟ ତୃତୀୟାର ବହୁ ମହତ୍ତ୍ୱ ରହିଛି। ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ। ହି ପବିତ୍ର ଦିନରେ କରାଯାଉଥିବା ସ୍ନାନ, ଦାନ, ଯଜ୍ଞ ଭଳି ବିଭିନ୍ନ କର୍ମର ବହୁ ପୁଣ୍ୟଫଳ ପ୍ରାପ୍ତି ହୋଇଥାଏ ବୋଲି ମାନ୍ୟତା ରହିଛି। ସଧାରଣତଃ କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି। ଚାଷୀ ଏହିଦିନ ଶୁଭ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଆନ୍ତି। ଏହା ସହିତ ଏହାକୁ ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ। ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ସେହି ନୈବେଦ୍ୟକୁ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ। ଏହାକୁ ଅକ୍ଷିମୁଠି କୁହନ୍ତି।

ଅନ୍ୟପଟେ ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ଆରମ୍ଭ ହେବ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ବଢିଛି । ମଙ୍ଗଳ ଆରତୀ ପରେ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଛି । ଦ୍ୱାଦଶଯାତ୍ର ବନ୍ଦାପନା ପରେ ଚନ୍ଦନ ଠାକୁରମାନେ ସାଢ଼େ ୩ଟା ମଧ୍ୟରେ ବିମାନକୁ ବିଜେ କରିବେ ।

ଏହା ସହିତ ଜଗନ୍ନାଥଙ୍କର ଚଳନ୍ତି ପ୍ରତିମା ମଦନମୋହନଙ୍କର ବନ୍ଦାପନା ନୀତି କରାଯିବ । ଏହାପରେ ମହାପ୍ରଭୁଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାଳ ବିଜେ କରିବେ । ଚନ୍ଦନଠାକୁରମାନେ ବାହାର ଚନ୍ଦନଯାତ୍ରା ଓ ରଥ ନିର୍ମାଣ ଅନୁକୁଳ ପାଇଁ ବିମାନ ବିଜେ କରି ବଡଦାଣ୍ଡକୁ ଓହ୍ଲାଇବେ । ସେପଟେ ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ଫୁଟିଆ ଧଉରା କାଠକୁ ରଖାଯାଇଛି । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ । ସେପଟେ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ହେବ । ଏଥି ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top