Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ପବିତ୍ର ଦୀପାବଳି

ଆଜି ଆଲୋକର ପର୍ବ ଦୀପାବଳି । ଗାଁ ଠାରୁ ସହର ସବୁଆଡ଼େ ଉତ୍ସବର ମାହୋଲ୍ । ଅନ୍ଧାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର ପ୍ରତୀକ ଦୀପାବଳି । କାର୍ତ୍ତିକ ମାସର କୃଷ୍ଣ ପକ୍ଷ ଅମାବାସ୍ୟାରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଏ । ଦୀପାବଳିର କିଛି ଦିନ ପୂର୍ବରୁ ହିଁ ପ୍ରତ୍ୟକ ଘରେ ଏହାର ପ୍ରସ୍ତୁତି ଆରମ୍ଭ ହୋଇଯାଇଥାଏ । ଆଜିର ଦିନରେ ଦୀପ ଜାଳିବା ସହ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସି ଉଠେ ପ୍ରତ୍ୟକ ଘର । ଦୀପାବଳି ଦିନ ଦେବୀ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା କରାଯାଏ ।

ହିନ୍ଦୁ ପରାମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ଏହା ଏକ ପ୍ରକାର ସକାରାତ୍ମକ ଶକ୍ତି। ତେଣୁ ଏହି ଦିନ ଘରକୁ ଆଲୋକରେ ସଜାଇ ଲୋକେ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଆଲୋକ ଜାଳନ୍ତି ବୋଲି କୁହାଯାଏ। ଏହିଦିନ  ବଡବଡୁଆଙ୍କୁ ଶ୍ରାଦ୍ଧ ଦିଆଯାଏ । ପିଠାପଣା ହୁଏ । ଏହାସହ ଦୀପାବଳୀ ଉତ୍ସବ ପାଳନ ବିଷୟରେ ବିଭିନ୍ନ ପୁରାଣ ଓ ଲୋକକଥା ରହିଛି ।

ପୌରାଣିକ ଲୋକକଥା ଅନୁଯାଇ , ତ୍ରେତୟା ଯୁଗରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ମାରି ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଥିଲେ । ସେହି ଦିନକୁ ଅଯୋଧ୍ୟାବାସୀ ଆନନ୍ଦର ସହ ବାଣ ଫୁଟାଇ, ଦୀପ ଜାଳି ବିଜୟ ଉତ୍ସବ ପାଳନ କରିଥିଲେ । ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳାଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି ।

 ଅନ୍ୟ ଏକ ପୌରାଣିକ ମତବାଦ ହେଲା, ମହାଦାନୀ ବଳି ପାତାଳରେ ରାଜା ହେବାରେ ପୃଥିବୀ ପୃଷ୍ଟକୁ ଆସିଥିଲେ । ସେଦିନ ଲୋକେ ତାଙ୍କୁ ସ୍ବାଗତ କରିବା ପାଇଁ ଆଲୋକର ପର୍ବ ପାଳନ କରିଥିଲେ । ଦୀପାବଳି ନେଇ ବହୁ ପୌରାଣିକ କଥା ରହିଛି । ଉତ୍ତର ଭାରତରେ ଦୀପାବଳିକୁ ବହୁ ଜାକଜମକରେ ପାଳନ କରାଯାଇଥାଏ । ଡ଼ିଶାରେ ଏହି ଦିନ ବଡ଼ବଡୁଆଙ୍କ ଉଦ୍ଦେଶ୍ୟରେ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି ।

 କାଉଁରିଆ କାଠି ଜାଳିବାବେଳେ ଉଚ୍ଚାରଣ କରନ୍ତି:

ବଡ଼ବଡୁଆ ହୋ

ଅନ୍ଧାରରେ ଆସ ଆଲୁଅରେ ଯା’,

ପୁରୁଷୋତ୍ତମରେ ମହାପ୍ରସାଦ ଖାଇ

ବାଇଶି ପାବଛେ ଗଡ଼ଗଡାଉ ଥା’ ।

 ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ଏବଂ ପିତୃଗଣଙ୍କ ଆଶୀର୍ବାଦ କାମନା କରିବା ସହ ଘରେ ଘରେ ଦୀପ ଜାଳନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top