Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ପବିତ୍ର ମହାଳୟା ଅମାବାସ୍ୟା; ବାଇଶିପାହାଚ ଓ ବିନ୍ଦୁସାଗରରେ ଶ୍ରାଦ୍ଧ ପକାଇବା ମନା

ଭୁବନେଶ୍ୱର (ଓଡ଼ିଶା ୱେୟାର) :ଆଜି ପବିତ୍ର ମହାଳୟା ଅମାବାସ୍ୟା। ପିତୃପକ୍ଷର ଶେଷ ଦିନ । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନ ପିତୃପକ୍ଷ ହୋଇଥାଏ । ଏହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି। ହେଲେ ଯେଉଁ ଗୃହସ୍ଥ ଏହି ପନ୍ଦର ଦିନ ମଧ୍ୟରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇ ନ ଥାନ୍ତି, ମହାଳୟା ଅମାବାସ୍ୟା ଦିନ ତିଳତର୍ପଣ କରି ଶ୍ରାଦ୍ଧ ଅର୍ପଣ କରିଥାନ୍ତି । ତେବେ କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ବାଇଶିପାହାଚ ଓ ରାଜଧାନୀର ବିନ୍ଦୁସାଗରରେ ମହାଳୟା ଅମାବାସ୍ୟା ପାଳନ ଉପରେ ସମ୍ପୂର୍ଣ୍ଣ କଟକଣା ଲାଗୁ କରାଯାଇଛି।
କୋଭିଡ୍ କଟକଣା ଯୋଗୁଁ ଶ୍ରୀମନ୍ଦିର ବାଇଶିପାହାଚରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ବନ୍ଦ ରହିଥିବା ବେଳେ ଉତ୍ତରଦ୍ୱାର ସମ୍ମୁଖରେ ଶ୍ରାଦ୍ଧ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଦୂରଦୂରାନ୍ତ ଆସୁଥିବା ଭକ୍ତ ଏଠାରେ ଶ୍ରାଦ୍ଧ ଦେଉଛନ୍ତି ।
ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ମଧ୍ୟ ତର୍ପଣ ଓ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି ଶ୍ରଦ୍ଧାଳୁ । ପିତୃପକ୍ଷରେ ବିଶେଷକରି ପିତା, ପିତାମହ, ପ୍ରପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି । ସେପଟେ ଏସ୍ଓପି ଆଧାରରେ ଶ୍ରୀମନ୍ଦିରକୁ କୌଣସି ଭକ୍ତଙ୍କ ପ୍ରବେଶ କରିପାରିବେ ନାହିଁ, କିନ୍ତୁ ଉତ୍ତର ଦ୍ୱାର ବାହାରେ ମହାପ୍ରସାଦ ପାଇପାରିବେ ।

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ମହାଳୟା ପାଇଁ କଟକଣା ଲାଗୁ କରିଛି ବିଏମ୍‌ସି। ବିନ୍ଦୁସାଗରରେ ମହାଳୟା ପାଳନକୁ ସଂପୂର୍ଣ୍ଣ ବାରଣ କରାଯାଇଛି । ଏଥିସହ ସେଠାରେ ବ୍ରାହ୍ମଣ ଭୋଜନ ସହ ମହାଳୟା ସଂପର୍କିତ ନୀତିକାନ୍ତି ପାଳନ କରିବା ଉପରେ ମଧ୍ୟ କଟକଣା ଲାଗୁ କରିଦେଇଛି। କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top