Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଘୋଷଯାତ୍ରା ସୁରୁଖୁରରେ ସାରିବା ଉପରେ ବିଚାର ବିମର୍ଶ ହେବ ।

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା’ ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ। ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ଏହି ବୈଠକରେ ହେବ ।

ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top