Latest

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ

Posted on

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଘୋଷଯାତ୍ରା ସୁରୁଖୁରରେ ସାରିବା ଉପରେ ବିଚାର ବିମର୍ଶ ହେବ ।

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା’ ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ। ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ଏହି ବୈଠକରେ ହେବ ।

ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।

Leave a Reply

Your email address will not be published. Required fields are marked *

Most Popular

Exit mobile version