Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ରାଜ୍ୟରେ ଶେଷ ତଥା ତଥା ଚତୁର୍ଥ ପର୍ଯ୍ୟାୟ ମତଦାନ

ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ୬ଟି ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର ଏବଂ ଏହା ଅଧୀନସ୍ଥ ୪୨ଟି ଆସନରେ ମତଦାନ ଆରମ୍ଭ ହୋଇଛି । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ କଲେଣି । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ।

ମତଦାତାମାନେ ବୁଥ୍‌ ଭିତରକୁ ମୋବାଇଲ୍‌ ଫୋନ୍, କ୍ୟାମେରା, ସ୍ମାର୍ଟ ୱାଚ୍‌ ନେଇପାରିବେନି ବୋଲି ନିର୍ଦ୍ଦେଶ ଜାରି ହୋଇଛି। ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ ଯେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ କରାଯାଇଛି। ପୂର୍ବରୁ ମେ’ ୧୩, ୨୦ ଓ ୨୫ ତାରିଖରେ ତିନିଟି ପର୍ଯ୍ୟାୟରେ ମତଦାନ ‌ଶେଷ ହୋଇଛି।ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରୁଛନ୍ତି। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ।

ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top