Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେ ଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତ୍ର ଘ.୧୨ରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଦେବସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଗଜବେଶରେ ଦର୍ଶନ ଦେବେ। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଅଧିକ ଭକ୍ତ ସ୍ନାନପୂର୍ଣ୍ଣିମାରେ ଦର୍ଶନ ପାଇଁ ଆସିପାରନ୍ତି ଓ ପ୍ରାୟ ୭ରୁ ୮ ଲକ୍ଷ ଭକ୍ତଙ୍କ ସମାଗମ ହୋଇପାରେ ବୋଲି ପୂର୍ବ ଆକଳନ କରାଯାଉଛି। ଭକ୍ତଙ୍କ ଏହି ଭିଡ଼କୁ ଆଖି ଆଗରେ ରଖି ଦର୍ଶନ ବ୍ୟବସ୍ଥା ଉପରେ କଡ଼ା ନଜର ରଖାଯାଇଛି। ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ଏ ନେଇ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଭୟ ଶ୍ରୀମନ୍ଦିର ଭିତରେ ଓ ବାହାରେ ଭକ୍ତଙ୍କ ପାଇଁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଉଛି। ବଡ଼ଦାଣ୍ଡରେ ଛାୟାପ୍ରଦ ସେଡ୍‌ ବ୍ୟବସ୍ଥା କରାଯାଉଛି। ଭକ୍ତମାନେ ମାର୍କେଟ୍‌ ଛକରୁ ଧାଡ଼ିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top