Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆମ ଭାଷା ଓ ଆମ ସାହିତ୍ୟ ପାଇଁ ଆମେ ଗର୍ବ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଆ ଭାଷା ଓ ସାହିତ୍ୟର ସୁରକ୍ଷା ଓ ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଏହାକୁ
ସଫଳ କରିବାରେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ
ସମାରୋହ ଅବସରରେ ଆହ୍ୱାନ ଦେଇଛନ୍ତି ।
ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପଠାରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି
ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଆଜି ବିକାଶର ଜୟଯାତ୍ରାରେ ସବୁ ଓଡ଼ିଆ ସାମିଲ
ହୋଇପାରିଛନ୍ତି । ଆମର ଅଭିବୃଦ୍ଧି ହାର ଜାତୀୟ ହାରଠାରୁ ଅଧିକ ରହିଛି । ଗରିବ ଲୋକଙ୍କ କଲ୍ୟାଣ କ୍ଷେତ୍ରରେ ଓଡ଼ିଶା
ସମଗ୍ର ଦେଶରେ ଆଜି ଏକ ଆଦର୍ଶ ରାଜ୍ୟ । ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମକୁ ଅର୍ନ୍ତଜାତୀୟ ସ୍ୱୀକୃତି
ମିଳିଛି । ଅନ୍ତର୍ଜାତୀୟ କ୍ରୀଡ଼ା କ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିଛି ଓଡ଼ିଶା । ଓଡ଼ିଆ ଜାତିର ସ୍ୱାଭିମାନ ଓ ଓଡ଼ିଶା
ଜନନୀର ସମୃଦ୍ଧି ପାଇଁ ଆମର ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ସେ ସମସ୍ତ ଓଡ଼ିଶାବାସୀଙ୍କ ଆନ୍ତରିକ ସହଯୋଗ
କାମନା କରିଛନ୍ତି ।
ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଓଡ଼ିଶା ରେଫରେନ୍ସ ଆନୁଆଲ୍‌’ର ଓଡ଼ିଆ
ସଂସ୍କରଣ ‘ଓଡ଼ିଶା-୨୦୧୮’, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ବିଶେଷାଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ ସମେତ ନୃସିଂହ
ସାହୁଙ୍କ ସଂକଳିତ ‘ଆମେ ଓଡ଼ିଆ’ ପୁସ୍ତକ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ ।
ଏହି ରାଜ୍ୟସ୍ତରୀୟ ଉତ୍ସବରେ ଅଧ୍ୟକ୍ଷତା କରି ଓଡ଼ିଶା ବିଧାନସଭାର ବାଚସ୍ପତି ପ୍ରଦିପ କୁମାର ଅମାତ କହିଲେ
ଯେ ଉଚ୍ଚ ଗଣତାନ୍ତ୍ରିକ ମୁଲ୍ୟବୋଧ ଓ ବିଧି ବ୍ୟବସ୍ଥା ମଧ୍ୟରେ କାର୍ଯ୍ୟକରି ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିପରିଲେ
ସ୍ୱତନ୍ତ୍ର ଓଡ଼ିଶା ଗଠନ ପାଇଁ ଅନେକ ତ୍ୟାଗ ସ୍ୱୀକାର କରିଥିବା ମହାମନୀଷୀମାନଙ୍କର ସ୍ୱପ୍ନ ଓ ସଂକଳ୍ପ ସାକାର ହେବ ।
ସମ୍ମାନିତ ଅତିଥି ତଥା ସୂଚନା ଓ ଲୋକସଂପର୍କ, ସ୍ୱାସ୍ଥ୍ୟ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ତାଙ୍କ
ବକ୍ତବ୍ୟରେ ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବା ପରଠାରୁ ୮୨ ବର୍ଷ ମଧ୍ୟରେ ଓଡ଼ିଶା ବ୍ୟାପକ
ପ୍ରଗତି ହାସଲ କରିଛି ବୋଲି କହିଥିଲେ । ନିଷ୍ଠା ଓ ଆନ୍ତରିକତାର ସହ କାର୍ଯ୍ୟକରି ବିଜୁବାବୁଙ୍କ ସ୍ୱପ୍ନର ଓଡ଼ିଶା ଗଠନର
ସଫଳ ରୂପାୟନ ଦିଗରେ ପ୍ରଚେଷ୍ଟା କରିବାକୁ କହିଥିଲେ ।
ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ସାଂସଦ ଡ. ପ୍ରସନ୍ନ
କୁମାର ପାଟ୍ଟଶାଣୀ, ଭୁବନେଶ୍ୱର(ମଧ୍ୟ) ବିଧାୟକ ବିଜୟ କୁମାର ମହାନ୍ତି, ଭୁବନେଶ୍ୱର(ଉତ୍ତର) ବିଧାୟକ
ପ୍ରିୟଦର୍ଶୀ ମିଶ୍ର, ଭୁବନେଶ୍ୱର ମହାନଗର ନିଗମ ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଏହି ଅବସରରେ ଉପସ୍ଥିତ
ଥିଲେ ।
ଅତିଥିମାନେ ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ କରିବା ପରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର
ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର
କମିଶନର ତଥା ଶାସନ ସଚିବ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାନ୍ୟବର ରାଷ୍ଟ୍ରପତି, ଉପରାଷ୍ଟ୍ରପତି
ଓ ପ୍ରଧାନମନ୍ତ୍ରୀଙ୍କ ‘ଓଡ଼ିଶା ଦିବସ’ ଉପଲକ୍ଷେ ଦେଇଥିବା ବାର୍ତ୍ତା ପାଠ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୂଚନା ଓ
ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ
ପୁରସ୍କୃତ କରିବା ସହିତ ରେଡ଼କ୍ରସ ଦ୍ୱାରା ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଭିନ୍ନକ୍ଷମ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।
କାର୍ଯ୍ୟକ୍ରମ ଶେଷରେ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶୀ, ସମ୍ବଲପୁରୀ, ରଣପା, ଛଉ ଓ ଶଙ୍ଖଧ୍ୱନୀ ନୃତ୍ୟ-ସଂଗୀତ ପରିବେଷଣ
କରାଯାଇଥିଲା ।
ଆଜି ସକାଳେ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସମେତ ରାଜ୍ୟ
ସଚିବାଳୟ ଓ ଓଡ଼ିଶା ବିଧାନସଭାରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top