Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଶା ଦିଦିଙ୍କୁ ମିଳିଲା ପିଏମ ଆୱାସ ଘର

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଆଶା ଦିଦି ଶିବାନୀ ମଣ୍ଡଳ ମାନବିକତା ଓ ନିସ୍ଵାର୍ଥପରତାର ଉତ୍କୃଷ୍ଟ ପ୍ରଦର୍ଶନ କରି ବାତ୍ୟା ଦାନା ସମୟରେ ପ୍ରଂଶସନୀୟ କାର୍ଯ୍ୟ କରିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ ) ଗୃହ ମଞ୍ଜୁର କରାଯାଇଛି ।ସାହାସୀ ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ ଆୱାସ ଘର।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଶିବାନୀଙ୍କୁ ଘର କାର୍ଯ୍ୟାଦେଶ ଦେଇଛି ଜିଲ୍ଲା ପ୍ରଶାସନ। ଏହାପରେ ଆବାସ ଯୋଜନା ପାଇଁ ଆଶା ଦିଦି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସୂଚନା ଯୋଗ୍ୟ; କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ସମୟରେ ବୟସ୍କା ମହିଳାଙ୍କୁ ଦେଢ କିଲୋମିଟର ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣିଥିଲେ। ଲୋକଙ୍କ ଜୀବନ ରକ୍ଷା ପାଇଁ ସ୍ଥାନାନ୍ତରଣ ସମୟରେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଉଦାହରଣୀୟ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍ ଯୋଗେ ତାଙ୍କ ସହ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ।ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସା କରିଥିଲେ ଏଥି ସହିତ ଆଶା ଦିଦିଙ୍କ ଘର ନଥିବା ଜାଣିବାକୁ ପାଇବା ପରେ ସଙ୍ଗେ ସଙ୍ଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯାହା ଆଶା ଦିଦିଙ୍କୁ ଦେଇଥିବା ପ୍ରତିଶୃତି ପାଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top