Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତାକାଲିଠୁ ଆନ୍ଦୋଳନକୁ ଓହ୍ଲାଇବେ ନର୍ସ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଚାକିରିଜନିତ ସର୍ତ୍ତାବଳୀ ଓ ଅସଙ୍ଗତିକୁ ଦୂର ଦାବିରେ ରାଜ୍ୟର ନର୍ସମାନେ ଆସନ୍ତାକାଲିଠୁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି ।
ନିଖିଳ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସାଧାରଣ ସମ୍ପାଦିକା ପ୍ରଭାତୀ ମହାନ୍ତି ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସୂଚନା ଦେଇ କହିଛନ୍ତି ଯେ, ସ୍ୱାସ୍ଥ୍ୟସେବା ଭଳି ଅତ୍ୟାବଶ୍ୟକ ସେବା ପ୍ରଦାନ କ୍ଷେତ୍ରରେ ନିଜକୁ ନିୟୋଜିତ କରିଥିବା ନର୍ସମାନେ ଚାକିରିଜନିତ ଅନେକ ଅସଙ୍ଗତି ପାଇଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ । ତେଣୁ ଏହାର ପ୍ରତିବାଦରେ ଆସନ୍ତାକାଲିଠୁ ଜାନୁୟାରୀ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ନର୍ସମାନେ କଳାବ୍ୟାଜ୍ ପରିଧାନ କରିବେ । ସେହିପରି ଆସନ୍ତା ଜାନୁୟାରୀ ୨ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ରୋଗୀ ସେବାରେ ଅବହେଳା ନକରି ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ଡାକ୍ତରଖାନା ସମ୍ମୁଖରେ ପ୍ରତିବାଦସ୍ୱରୂପ ପ୍ରତୀକ ଅନଶନ କରିବେ ବୋଲି ସେ ସୂଚନା ଦେଇଛନ୍ତି । ଏସବୁ ସତ୍ତ୍ୱେ ଯଦି ସରକାର ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟାନୁଷ୍ଠାନ ନନେବେ ତା’ହେଲେ ବାଧ୍ୟ ହୋଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଶ୍ରୀମତୀ ମହାନ୍ତି ଚେତାବନୀ ଦେଇଛନ୍ତି ।
ଉଲ୍ଲେଖଯୋଗ୍ୟ, ମୂଳଦରମାର ସଂଶୋଧନଠୁ ଆରମ୍ଭ କରି ଠିକା ନିଯୁକ୍ତିକୁ ମିଶାଇ ୧୦ବର୍ଷର ଏମଏସପି ପ୍ରଦାନ, ନର୍ସିଂ ସ୍କିମରେ ଚାକିରି କରୁଥିବା ଆରବିଏସକେ ଷ୍ଟାଫନର୍ସମାନଙ୍କୁ ସ୍ଥାୟୀ ନିଯୁକ୍ତି ସହ ଅନ୍ୟାନ୍ୟ ସୁବିଧା ପ୍ରଦାନ, ଓପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଠିକାଦାର ଭାବେ ନିଯୁକ୍ତି ପାଉଥିବା ନର୍ସମାନଙ୍କୁ ଏଣିକି ସ୍ଥାୟୀ ନିଯୁକ୍ତି ପ୍ରଦାନ ଦାବିରେ ନର୍ସମାନେ ପ୍ରତିବାଦ କରିବେ ।
ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ସଭାପତି ପ୍ରତିଭା ସାମନ୍ତରାୟଙ୍କ ସମେତ ଲକ୍ଷ୍ମୀପ୍ରିୟା ଜେନା, ମାଳତୀ ତ୍ରିପାଠୀ, ଶିବାନୀ ଦାସ, ପ୍ରେମଲତା ମିଶ୍ର, ଅଶ୍ୱିନୀ ଦାସ, ଏସସିବି ମେଡିକାଲ, ବ୍ରହ୍ମପୁର ମେଡିକାଲ, ବୁର୍ଲା ମେଡିକାଲ ଓ କଟକ ଶିଶୁଭବନର ନର୍ସମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top