ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଭର୍ଚୁଆଲ କ୍ୟାବିନେଟ ବୈଠକ ସନ୍ଧ୍ୟା ୬ଟା ୪୫ମିନିଟରେ ହେବ ବୋଲି ଜଣାପଡ଼ିଛି ।
ମିଳିଥିବା ସୂଚନା ଅନୁସାରେ, କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ କେବଳ ଅବଗତ କରାଯାଇଛି । ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଓ ମନ୍ତ୍ରୀମାନେ ନିଜ ନିଜ ଜିଲ୍ଲାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହେବେ । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ ।
ନିର୍ଭରଯୋଗ୍ୟ ସୂତ୍ର ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିର ଢାଂଚାରେ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଚିଠା ଆଇନକୁ ଅନୁମୋଦନ ସମେତ କେତେକ ଟେଣ୍ଡରକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ।


