ଆସନ୍ତା ସୋମବାର ଦିନ ଅଥାତ୍ ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।


