Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ୧୧ରୁ ଆଉ ଏକ ଲଘୁଚାପ!

ଭୁବନେଶ୍ୱର(ଓଡ଼ିଶା ୱେୟାର):
ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେବା ସହ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୦ରୁ ୧୪ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟ ରିଲିଫ କମିଶନରଙ୍କ କାର‌୍ୟ୍ୟାଳୟରୁ ଜାରି ସୂଚନା ଅନୁସାରେ ସମସ୍ତ ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ, ଅଗ୍ନିଶମ, ଏନଡିଆରଏଫ ଓ ଓସଡମାକୁ ଏହି ସମ୍ଭାବ୍ୟ ଲଘୁଚାପ ସମ୍ପର୍କରେ ଅବଗତ କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଆଧାରରେ ରିଲିଫ କମିଶନରଙ୍କ କାର‌୍ୟ୍ୟାଳୟ କହିଛି ଯେ ଆସନ୍ତା ଜୁନ୍ ୧୧ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଏକ ଘଲୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ହେବ।

ଜୁନ୍ ୧୦ରୁ ୧୪ତାରିଖ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୦ତାରିଖରୁ ୧୪ ତାରିଖ ପର‌୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟର ପ୍ରାୟତଃ ସମସ୍ତ ଜିଲ୍ଲାରେ ଏହି ବର୍ଷା ଅନୁଭୂତ ହେବ। ୧୦ ଓ ୧୧ତାରିଖରେ ସମୁଦ୍ର ଅଶାନ୍ତ ରହିବା ସହ ୪୦-୫୦କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୧୧ତାରିଖରୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ୧୦ତାରିଖ ସନ୍ଧ୍ୟା ସୁଦ୍ଧା ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି।

ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ରହିଥିବା ଜିଲ୍ଲାଗୁଡ଼ିକ ତଳିଆ ଅଂଚଳ ଓ ସହରାଂଚଳରେ ପାଣି ଜମିବା ନେଇ ଯେକୌଣସି ପରିସ୍ଥିତି ନିମନ୍ତେ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଜିଲ୍ଲାରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା, କେତେ ବର୍ଷା ରେକର୍ଡ କରାଯାଉଛି ତାହା ତୁରନ୍ତ ଜଣାଇବାକୁ ଏସଆରସିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top