Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏଥର ଓଡ଼ିଆରେ ପଢ଼ାଯିବ ଡାକ୍ତରୀ ପାଠ

ଓଡ଼ିଆରେ ପଢ଼ାଯିବ ମେଡିକାଲ ପାଠ । ଏମବିବିଏସ ପାଠ୍ୟକ୍ରମ ପାଇଁ ଉପଲବ୍ଧ ବହିକୁ ଓଡ଼ିଆରେ ଅନୁବାଦ କରାଯିବ । କେଉଁ କେଉଁ ବହିରୁ ଅନୁବାଦ କରାଯିବ ସେଥିପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୨୨ ଜଣିଆ କମିଟି ଗଠନ କରାଯାଇଛି । ଆସନ୍ତା ୧୫ ଦିନ ଭିତରେ ଏହି କମିଟି, ବିଭାଗକୁ ଆବଶ୍ୟକ ପ୍ରସ୍ତାବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।

ଏହି ବିଜ୍ଞପ୍ତି ଅନୁସାରେ ଏକ ସ୍ୱଥନ୍ତ୍ର ୨୨ ଜଣିଆ କମିଟି ଗଠନ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟିର ନିଷ୍ପତ୍ତି ଅନୁସାରେ ଡାକ୍ତରୀ ପାଠକୁ ଅନୁବାଦ କରାଯିବ । ଅନୁବାଦ ପାଇଁ କେତେ ଅର୍ଥ ଆବଶ୍ୟକ, କେବେ ସୁଦ୍ଧା ଅନୁବାଦ ଶେଷ ହେବ ଏବଂ କେବେ ସୁଦ୍ଧା କାର୍ଯ୍ୟକାରୀ ହେବ ସେ ନେଇ ସମ୍ପୃକ୍ତ କମିଟି ସରକାରଙ୍କୁ ରିପୋର୍ଟ ଦେବେ । ଓଡ଼ିଆ ଭାଷା ପ୍ରତିଷ୍ଠାନର କାର୍ଯ୍ୟକ୍ରମ ଉପଦେଷ୍ଟାଙ୍କ ସମେତ ଏହି କମିଟିରେ ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ମଧ୍ୟ ସଦସ୍ୟ ଅଛନ୍ତି । ଅନ୍ୟ ୨୦ ଜଣ ସଦସ୍ୟ ରାଜ୍ୟର ବିଭିନ୍ନ କ୍ଷେତ୍ରୟର ପ୍ରତିଷ୍ଠିତ ଡାକ୍ତରୀ ପ୍ରଫେସନାଲ୍‍ ରହିଛନ୍ତି ।

ନୂଆ ଶିକ୍ଷା ନୀତି ଅନୁସାରେ ଆଞ୍ଚଳିକ ଭାଷାକୁ ପ୍ରୋତ୍ସାହିତ କରାଯାଇ ଭାଷା ଭିତ୍ତିରେ ବୈଷୟିକ ଶିକ୍ଷା ପାଇଁ ରାସ୍ତା ଖୋଲିଛି । ଏବେ ଡାକ୍ତରୀ ପାଠ୍ୟକ୍ରମ ପାଇଁ ଅନୁଷ୍ଠିତ ହେଉଥିବା ନିଟ୍‍ ପ୍ରବେଶିକା ପରୀକ୍ଷା ମଧ୍ୟ ବିଭିନ୍ନ ପ୍ରଦେଶିକ ଭାଷାରେ ଅନୁଷ୍ଠିତ ହେଉଛି ।ଏହି କମିଟିର ଅଧ୍ୟକ୍ଷ ରହିଛନ୍ତି ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଡାକ୍ତର ମାନସ ରଂଜନ ସାହୁ । କେତେ ପରିମାଣର ମହି ଅନୁବାଦ ହେବ ଓ ଧାର୍ୟ୍ୟ ସମୟରେ କିଭଳି କାର୍ୟ୍ୟ ସରିବ ଏହି କମିଟି ତାହାର ଅନୁଧ୍ୟାନ କରିବେ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top