Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଦଳ

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ। ୫ମ ଥର ପାଇଁ ଏସିଆନ ଚାମ୍ପିୟନ୍ସ ଟ୍ରଫିକୁ ହତେଇଛି ଭାରତ।ଆଜି ଭାରତୀୟ ପୁରୁଷ ହକି ଦଳ ଏବଂ ଚୀନ୍ ମଧ୍ୟରେ ଏସିଆନ୍ ହକି ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା । ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ଚାଇନାକୁ ୧-୦ରେ ହରାଇ ବିଜୟ ହାସଲ କରିଛି ଭାରତୀୟ ହକି ଦଳ । ତୃତୀୟ କ୍ୱାର୍ଟର ସୁଦ୍ଧା ଉଭୟ ପକ୍ଷ କୌଣସି ଗୋଲ୍ କରିପାରି ନଥିଲେ। ତେବେ ଚତୁର୍ଥ କ୍ୱାର୍ଟରର ୧୦ ମିନିଟରେ ଭାରତ ପାଇଁ ଯୁଗରଜ ସିଂହ ଏକମାତ୍ର ଗୋଲ କରିଥିଲେ, ଯାହା ବିଜୟ ସୂଚକ ଥିଲା।ଏହା ପୂର୍ବରୁ ସେପ୍ଟେମ୍ବର ୧୬ ତାରିଖରେ ଅନୁଷ୍ଠିତ ସେମିଫାଇନାଲରେ ଦକ୍ଷିଣ କୋରିଆକୁ ୪-୧ ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା ଭାରତ।

ପୁରୁଷ ହକି ଏସୀୟ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସିଜନ୍ ୨୦୧୧ ରେ ଖେଳାଯାଇଥିଲା। ତା’ପରେ ଭାରତୀୟ ଦଳ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ଏହା ପରେ ଭାରତୀୟ ଦଳ ୨୦୧୩, ୨୦୧୮ ଏବଂ ୨୦୨୩ ସିଜନରେ ମଧ୍ୟ ଜିତିଛି ଓ ଚଳିତ ବର୍ଷ ୨୦୨୪ରେ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଛି। ଦଳକୁ କେବଳ ୨୦୧୨ରେ ରନର୍ସ ଅପ ହେବାକୁ ପଡ଼ିଥିଲା। ସେହିପରି ୨୦୧୩ରେ ଦଳ ଫାଇନାଲକୁ ଯାଇ ପାରି ନଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top