Latest

ଓଡ଼ିଶାରେ ବନ୍ଦ୍ ହେବ ମଦ

Posted on

ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶାକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡ଼ିଲେଣି ସରକାର। ରାଜ୍ୟରେ ପର୍ଯ୍ୟାୟକ୍ରମେ ବନ୍ଦ ହେବ ମଦ । ବିଭିନ୍ନ ସଂଗଠନ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଦୀର୍ଘ ବର୍ଷ ହେଲା ଦାବି କରିଆସୁଥିବା ବେଳେ ଆଜି ଓଡ଼ିଶାରେ ମଦ ବାନ୍ କୁ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଙ୍କ ବୟାନ ଦେଇଛନ୍ତି।ସେ କହିଛନ୍ତି ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ସରକାରୀସ୍ତରରେ ଅନେକ ରାଜ୍ୟରେ ମଦବିକ୍ରି ବନ୍ଦ କରାଯାଇଛି । ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ । ଓଡ଼ିଶାକୁ ମଦ ମୁକ୍ତ ଓ ନିଶାମୁକ୍ତ କରିବାକୁ ଯୋଜନା କରାଯାଉଛି । ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା ହେବ। ଆଲୋଚନା ହୋଇ ପର୍ଯ୍ୟାୟକ୍ରମେ ପଦକ୍ଷେପ ନିଆଯିବ। ସୁସ୍ଥ ସମାଜ ଗଠନ ପାଇଁ ଏହା ବେଶ ଆବଶ୍ୟକ ।ପୂର୍ବରୁ ମଧ୍ୟ ବିହାର, ଗୁଜୁରାଟ, ମିଜୋରାମ, ନାଗାଲାଣ୍ଡ, ଏବଂ ଲକ୍ଷ୍ମଦ୍ୱୀପରେ ବନ୍ଦ ବ୍ୟାନ କରାଯାଇଥିଲା। ଏହା ଦେଶର ମଦମୁକ୍ତ ରାଜ୍ୟ ପାଇଁ ପରିଚିତ। ଏଣିକି ଓଡ଼ିଶା ମଧ୍ୟ ଏହି ତାଲିକାରେ ସାମିଲ ହେବାକୁ ଯାଉଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version