Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରେ ସୁନା ଖଣିର ମିଳିଛି ସନ୍ଧାନ

ଓଡ଼ିଶା ବିଧାନସଭାର ତୃତୀୟ ଦିନରେ ଗୃହରେ ରାଜ୍ୟର କେଉଁ କେଉଁ ଜିଲ୍ଲାରେ କେତୋଟି ଲେଖାଏଁ ସୁନାଖଣି ଚିହ୍ନଟ କରାଯାଇଛି । ଏହି ସବୁ ଖଣି ଗୁଡିକର ବର୍ତ୍ତମାନ ସ୍ଥିତି କଣ ? ଉକ୍ତ ସୁନା ଖଣିଗୁଡିକ ଉତ୍ତୋଳନ କରି ରାଜ୍ୟ ସରକାର ନିଜେ ଏକ ପ୍ରସେସିଂ ୟୁନିଟ୍ ଖୋଲିବାକୁ ପଦକ୍ଷେପ ଗ୍ରହଣ କରିବେ କି? ତାରା ବାହିନୀପତିଙ୍କ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି ଖଣି ମନ୍ତ୍ରୀ ବିଭୁତି ଜେନା । ସେ କହିଛନ୍ତି ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ମିଳିଲା ସୁନାପଥର ସନ୍ଧାନ । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଜିଏସ୍‌ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ମିଳିଛି ସୁନା ସନ୍ଧାନ । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ।୧୯୮୧-୮୩ ଏବଂ ୧୯୮୯-୯୬ରେ ଚିହ୍ନିତ କରାଯାଇଥିବା କେଉଁଝର ଜିଲ୍ଲାର ଗୋପୁର-ଗାଜିପୁର ଅଞ୍ଚଳରେ ପ୍ରାଥମିକ ସର୍ବେକ୍ଷଣରୁ ମିଳିଥିବା ସୂଚନା ଆଧାରରେ ସୁନା ଖଣିର ପୁନଃ ଅନୁସନ୍ଧାନ କାର୍ଯ୍ୟକ୍ରମ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଏବଂ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟର ମିଳିତ ସହ‌ଯୋଗରେ ଜି-୨ ସ୍ତରରେ ୨୦୨୧- ୨୦୨୨ ରୁ ଚାଲୁରହିଛି।

ଏହି ଖଣିର ମାନ ଓ ପରିମାଣ ନିର୍ଦ୍ଧାରଣ କରାଯାଇ ନ ଥିବାରୁ ଏହାର ଉତ୍ତୋଳନ ନିମନ୍ତେ ସରକାରୀ ସ୍ତରରେ ବର୍ତ୍ତମାନ କୌଣସି ଯୋଜନା ନାହିଁ ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ଓଡିଶା ଖଣି ନିଗମ (OMC) ଦ୍ବାରା ଜି- ୪/ଜି-୩ ସ୍ତରରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟ (DoMG) ଏବଂ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି।ଏତଦ୍ ବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥ‌ିବାର ସୂଚନା ରହିଛି, ଯାହାର ସବିଶେଷ ଅନୁସନ୍ଧାନ କରାଯାଇନାହିଁ।ସୁନା ଖଣିଗୁଡିକ ଉତ୍ତୋଳନ କରି ଏକ ପ୍ରସେସିଂ ୟୁନିଟ୍ ଖୋଲିବା ପାଇଁ ବର୍ତ୍ତମାନ ସରକାରଙ୍କର କୌଣସି ଯୋଜନା ନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top