Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାର ୪ ଲୋକସଭା ଆସନ ସମେତ ୯୬ ଆସନରେ ଭୋଟିଂ ଆରମ୍ଭ

ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି।

ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ସମସ୍ତ ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି।

ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ୮ଟି ଜିଲ୍ଲାରେ ମୋଟ୍ ୭ ହଜାର ୨୯୮ ପୋଲିଂ ବୁଥର ବ୍ୟବସ୍ଥା ହୋଇଛି। ସେଥିମଧ୍ୟରୁ ୫୩୭ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସୀମାନ୍ତ ଜିଲ୍ଲାଗୁଡ଼ିକରେ ମତଦାନ ହେଉଥିବାରୁ ଏଥିଲାଗି ଗ୍ରହଣ କଡ଼ା ସୁରୁକ୍ଷା ବ୍ୟବସ୍ଥା କରାଯାଇଛି।

ସୁରକ୍ଷା ପାଇଁ ସୀମାନ୍ତରେ ୫୧ଟି ବର୍ଡର ଚେକ୍ ପୋଷ୍ଟ କରାଯାଇ ଚେକିଂ ଜୋରଦାର ହୋଇଛି। ଯେକୌଣସି ପ୍ରତିକୂଳ ସ୍ଥିତି ପାଇଁ ହେଲିକପ୍ଟର ଓ ଏୟାର ଆମ୍ବୁଲାନ୍ସକୁ ସଜାଗ ରଖାଯାଇଛି। ସୁରକ୍ଷା ବ୍ୟବସ୍ଥାର ତଦାରଖ ଲାଗି ୬ ଶହ ମୋବାଇଲ ପାର୍ଟି ନିୟୋଜିତ ହୋଇଛନ୍ତି। ଗୋଟିଏ ମୋବାଇଲ ପାର୍ଟି ୧୦ରୁ ୧୨ଟି ବୁଥକୁ ବୁଲି ରିପୋର୍ଟ ନେବେ।

ସେହିଭଳି ୨୧୦ଟି ଫ୍ଲାଇଂ ସ୍କ୍ୱାଡ୍ ଓ ୧୫୫ଟି ଷ୍ଟାଟିକ୍ ସର୍ଭେଲାନ୍ସ ଟିମ୍ ମଧ୍ୟ ମୁତୟନ କରାଯାଇଛି। ସୋମବାର ସନ୍ଧ୍ୟାରେ ଭୋଟ ସରିବା ପରେ ୧୫ଟି ଷ୍ଟ୍ରଙ୍ଗରୁମରେ ଇଭିଏମଗୁଡ଼ିକୁ ସୁରକ୍ଷିତ ରଖାଯିବ।

ନିର୍ବାଚନ କମିଶନ୍ ତଥା ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। କଡ଼ା ସୁରକ୍ଷା ଲାଗି ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top