Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ

ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଏଠାରେ ମେ’ ୨୦ରେ ମତଦାନ ହେବାକୁ ଥିବାବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମେ’ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ୪ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ମେ’ ୬ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

ସୂଚନାଯୋଗ୍ୟ, ଆସନ୍ତା ମେ ୧୩ତାରିଖରେ ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ‌ରେ ହେବାକୁ ଥିବା ମତଦାନ ପାଇଁ ଗତକାଲି ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିଲା। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୪ ତାରିଖ ସୁଦ୍ଧା ୪ଟି ଲୋକସଭା ଆସନରେ ମୋଟ୍ ୩୦ଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ। କଳାହାଣ୍ଡିରେ ୧୦ଜଣ, ନବରଙ୍ଗପୁରରେ ୩ଜଣ, ବ୍ରହ୍ମପୁରରେ ୮ଜଣ, କୋରାପୁଟରେ ୯ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଶେଷ ଦିନରେ ଆଉ କେତେକ ପ୍ରାର୍ଥୀ ନାମାଙ୍କନ କରିଥିବାରୁ ଏହି ସଂଖ୍ୟା ବଢ଼ିପାରେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top