Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଟକ ବଡ଼ ମେଡିକାଲର ନବକଳେବର: ଖର୍ଚ୍ଚ ହେବ ୩୫୦୦କୋଟି, ୨୦୨୪ରୁ କାର୍ଯ୍ୟକ୍ଷମ

ଭୁବନେଶ୍ୱର(ଓଡ଼ିଶା ୱେୟାର):କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନବକଳେବର ପାଇଁ ୩୫୦୦କୋଟି ଖର୍ଚ୍ଚ ହେବ । ଏହି ମେଡିକାଲ କଲେଜକୁ ଏମସପ୍ଲସ୍ ଭାବେ ଗଢ଼ି ତୋଳିବା ସହ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ଭିତ୍ତିଭୂମି ବିକଶିତ କରାଯିବ । ସରକାରୀସ୍ତରରେ ମେଡିକାଲ କଲେଜ ଓ ହସ୍ପିଟାଲରେ ଏତେ ପରିମାଣର ଅର୍ଥ ବିନିଯୋଗ ହେବାରେ ଏହା ହେଉଛି ଦେଶର ସର୍ବବୃହତ୍ ପ୍ରକଳ୍ପ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମେଡିକାଲ କଲେଜର ନବକଳେବର ପ୍ରକଳ୍ପର ସମୀକ୍ଷା କରି ୫ହଜାର ବେଡ୍ ବିଶିଷ୍ଟ ଡାକ୍ତର, ରୋଗୀ ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଏଠାରେ ଉପଲବ୍ଧ ହେବ । ୧୯୪୪ ମସିହାରୁ ଏହି ମେଡିକାଲ କଲେଜ ଓ ହସ୍ପିଟାଲ ଓଡ଼ିଶା ସମେତ ପୂର୍ବଭାରତରେ ଉନ୍ନତ ମାନର ଚିକିତ୍ସା ଯୋଗାଇବାରେ ସୁନାମ କରିଛି । ମୁଖ୍ୟମନ୍ତ୍ରୀଙ୍କ ଫାଇଭ-ଟି କାର୍ଯ୍ୟକ୍ରମ ଅଧୀନରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଆରମ୍ଭ ହେବାକୁ ଥିବା ଏହି ପ୍ରକଳ୍ପ ରୋଗୀମାନଙ୍କୁ ସୁଲଭ ଓ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବାରେ ଏକ ଉଦାହରଣ ହୋଇ ରହିବ ।
୧୬୧ଏକର ଜମିରେ ବିକଶିତ ହେବାକୁ ଥିବା ଏହି ପ୍ରକଳ୍ପରେ ପ୍ରଥମ ପର୍ଯ୍ୟାୟରେ ୩୫୦୦ବେଡ୍ କରାଯିବ । ଦ୍ୱିତୀୟ ପର୍ଯ୍ୟାୟରେ ଏହାକୁ ୫ହଜାର ବେଡକୁ ବୃଦ୍ଧି କରାଯିବ । ୩ବର୍ଷରେ ସମ୍ପୂର୍ଣ୍ଣ ହେବାକୁ ଥିବା ଏହି ଅତ୍ୟାଧୁନିକ ଚିକିତ୍ସା ଭିତ୍ତିଭୂମି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୦୨୪ ଜାନୁୟାରୀ ପହିଲାରେ ଉଦଘାଟନ କରିବେ ବୋଲି ଆଜି ଦିନ ଧାର୍ଯ୍ୟ କରିଛନ୍ତି । ଏଠାରେ ଅତ୍ୟାଧୁନିକ ଚିକିତ୍ସା ଉପକରଣ ସୁବିଧା ସହ ପରିବହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ ସୁବିଧା ଉପଲବ୍ଧ ହେବ । ଏଥିରେ ୧୨୮୦ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ଜଣ ଛାତ୍ରଛାତ୍ରୀ ରହିବାର ବ୍ୟବସ୍ଥା କରାଯିବ । ହସ୍ପିଟାଲର ଉନ୍ନତି ସହିତ କ୍ରୀଡ଼ା ଓ ମନୋରଞ୍ଜନ ପାଇଁ ମଧ୍ୟ ଉତ୍ତମ ପରିବେଶ ସୃଷ୍ଟି କରାଯିବ ।
ଏହି ମେଡିକାଲ କଳେଜ ହସ୍ପିଟାଲର ସୁପରିଚାଳନା ନିମନ୍ତେ ଏକ ସ୍ୱାଧୀନ ପରିଚାଳନା ମଣ୍ଡଳୀ ରହିବ । ଯାହାକି ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ସହିତ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ପାଇଁ କାମ କରିବ ।
ସୂଚନାଯୋଗ୍ୟ, କଟକ ବଡମେଡିକାଲକୁ ଏମସପ୍ଲସ୍ କରିବା ନିମନ୍ତେ ପୂର୍ବରୁ ରାଜ୍ୟ ସରକାର ବଜେଟରେ ୧ହଜାର କୋଟି ଟଙ୍କାର ବ୍ୟବସ୍ଥା କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top