Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେନ୍ଦ୍ର ଅର୍ଥକୁ ଠିକ୍ ଭାବେ ଖର୍ଚ୍ଚ କରିପାରୁନି ଓଡ଼ିଶା: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର(ଓଡ଼ିଶା ୱେୟାର):ଦୀର୍ଘଦିନର ବ୍ୟବଧାନ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି କରିବାକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ତୀବ୍ର ସମାଲୋଚନା କରିଛନ୍ତି ।
ଶ୍ରୀ ଷଡ଼ଙ୍ଗୀ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରି କହିଛନ୍ତି ଯେ, କେନ୍ଦ୍ର ସରକାର ଦେଉଥିବା ଅର୍ଥକୁ ଏଠି ରାଜ୍ୟ ସରକାର ଠିକ୍ ଭାବେ ଖର୍ଚ୍ଚ କରିପାରୁନାହାନ୍ତି । ବିଜେଡିର ଅଧିକ ସାଂସଦ ଅଛନ୍ତି । ଯଦି ତା’ ସତ୍ତ୍ୱେ ରାଜ୍ୟରେ ଉନ୍ନତିମୂଳକ କାମ ହେଉନି ତା’ହେଲେ ସେମାନେ ଦାୟୀ । ଏନଡିଏ ସରକାର ଅମଳରେ ୟୁପିଏ ତୁଳନାରେ ଓଡ଼ିଶାକୁ ୪ଗୁଣା ଅଧିକ ଅନୁଦାନ ମିଳିଛି । ନବୀନବାବୁ ନିଜେ କେନ୍ଦ୍ରରେ ମନ୍ତ୍ରୀଥିବାବେଳେ କାହିଁକି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା କରାଇ ଦେଲନି ବୋଲି ସେ ପ୍ରଶ୍ନ କରିଛନ୍ତି । ସ୍ୱତନ୍ତ୍ର ରାଜ୍ୟ ପାଇଁ ଆବଶ୍ୟକ ମାନଦଣ୍ଡ ପୂରଣ କରୁପାରୁନି ଓଡ଼ିଶା । ତେଣୁ ସ୍ୱତନ୍ତ୍ର ପାହ୍ୟା ରାଜ୍ୟ ହୋଇପାରିବ ନାହିଁ ।
ସୂଚନାଯୋଗ୍ୟ, ଗତକାଲି ନବୀନ ପଟ୍ଟନାୟକ ଦଳର ଯୁବଶାଖାର ରାଜ୍ୟ କାର୍ଯ୍ୟକାରିଣୀକୁ ସମ୍ବୋଧିତ କରି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଠାଇଥିଲେ । ଯଦିଓ ଚତୁର୍ଦ୍ଦଶ ଅର୍ଥ କମିଶନଙ୍କ ଦ୍ୱାରା ‘ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ’ ମାନ୍ୟତା ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇ ସାରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top