Latest

କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Posted on

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ କୋଭିଡ୍ ସଂକ୍ରମିତ ସଂଖ୍ୟା କ୍ରମାଗତ ବୃଦ୍ଧି ପାଇ ଆଜି ୬୦୦ରେ ପହଂଚିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲାଗୁଡ଼ିକରେ କରୋନା ମହାମାରୀ ଏବେ ଅଧିକ ଭାବେ ବ୍ୟାପୁଥିବାରୁ ସେସବୁ ଅଂଚଳ ଉପରେ ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷକରି ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକୁ ଗସ୍ତ କରି ସେଠାରେ କୋଭିଡ୍ ସଂକ୍ରମିତ ମାମଲା ବୃଦ୍ଧି ଓ ବାସ୍ତବ ସ୍ଥିତି ପରଖି ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ପୂର୍ବ ଓଡ଼ିଶା ବିଶେଷକରି ରାଜଧାନୀ ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ପିପିଲି ନିର୍ବାଚନକୁ ଦୃଷ୍ଟିରେ ରଖି ସରକାର ଏବେ ପଶ୍ଚିମ ଓଡ଼ିଶା ଉପରେ ଫୋକସ୍ ଦେଉଥିବା ଚର୍ଚ୍ଚା।

Leave a Reply

Your email address will not be published. Required fields are marked *

Most Popular

Exit mobile version