Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ରିକେଟର ମହମ୍ମଦ ଆଝାରୁଦ୍ଦିନଙ୍କୁ ଇଡିର ସମନ

ହାଇଦ୍ରାବାଦ କ୍ରିକେଟ ଆସୋସିଏସନ୍ (ଏଚସିଏ) ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ପୂର୍ବତନ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନଙ୍କୁ ସମନ କରିଛି। ପୂର୍ବରୁ ଏଚସିଏର ସଭାପତି ଭାବେ ଦାୟିତ୍ୱ ତୁଲାଉଥିବା ଆଝାରୁଦ୍ଦିନଙ୍କ ଉପରେ ତାଙ୍କ କାର୍ଯ୍ୟକାଳରେ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି । କଂଗ୍ରେସ ନେତାଙ୍କୁ ଏହା ହେଉଛି ପ୍ରଥମ ସମନ, ଯେଉଁଥିରେ ତାଙ୍କୁ ଆଜି ତଦନ୍ତକାରୀ ସଂସ୍ଥା ନିକଟରେ ହାଜର ହେବାକୁ ପଡିବ ।

ସୂଚନାଯୋଗ୍ୟ, ହାଇଦ୍ରାବାଦର ଉପାଲସ୍ଥିତ ରାଜୀବ ଗାନ୍ଧି କ୍ରିକେଟ ଷ୍ଟାଡିୟମ ପାଇଁ ଡିଜେଲ ଜେନେରେଟର, ଅଗ୍ନିଶମ ବ୍ୟବସ୍ଥା ଓ କ୍ୟାନୋପି କିଣିବା ପାଇଁ ଆବଣ୍ଟିତ ୨୦ କୋଟି ଟଙ୍କା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବିବରଣୀ ଅନୁଯାୟୀ, ଏଚସିଏର ଅନୁରୋଧକ୍ରମେ କରାଯାଇଥିବା ଫରେନସିକ୍ ଅଡିଟରେ ମାର୍ଚ୍ଚ ୨୦୨୦ରୁ ଫେବ୍ରୁଆରୀ ୨୦୨୩ ମଧ୍ୟରେ ପାଣ୍ଠି ଅବ୍ୟବସ୍ଥା ଏବଂ ଘରୋଇ ଏଜେନ୍ସିଗୁଡ଼ିକୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଥିଲା। ଏହି ରିପୋର୍ଟ ପରେ ଏଚସିଏ ସିଇଓ ସୁନୀଲ କାନ୍ତି ବୋଷ ଅଭିଯୋଗ କରିଥିଲେ। ଆଝାରୁଦ୍ଦିନ ଏହି ଅଭିଯୋଗକୁ ଖଣ୍ଡନ କରି ଏହାକୁ ମିଥ୍ୟା ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top