Latest

କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

Posted on

ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଅଣକୁଶଳୀ ମଜୁରୀ ୩୫ରୁ ୪୫୦ ଟଙ୍କା, କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦, ଉଚ୍ଚ କୁଶଳୀଙ୍ ୫୦୨ରୁ ୬୦୦କୁ ବୃଦ୍ଧି ହୋଇଛି। ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ।

ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ୟୁନିଭର୍ସିଟିରେ ଓଡ଼ିଆ ଚେୟାର ପ୍ରତିଷ୍ଠା ହେବ। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ପ୍ରଚେଷ୍ଟା କରାଯିବ।ସେହିପରି ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ସାମିଲ କରାଯିବ। ବାଦ୍‌ ପଡ଼ିଥିବା ଚାଷୀଙ୍କୁ ସାମିଲ ପାଇଁ କ୍ୟାବିନେଟ ନିଷ୍ପତ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version