Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗଞ୍ଜାମ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୫ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଏକ ଯାତ୍ରୀବାହୀ ବସ୍ ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିଲା । ତେଲ ଟ୍ୟାଙ୍କର ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା ବେଳେ ଓଭରତେକ କରିବାରୁ ସମରଝୋଳ ଛକରେ ବସ ସହ ଧକ୍କା ହୋଇଥିଲା। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।ଦୁର୍ଘଟଣାଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଗୁରୁତରଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆହତମାନଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।Post navigation

Click to comment

Leave a Reply

Your email address will not be published. Required fields are marked *

Most Popular

To Top