Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗ୍ରୀଷ୍ମ ପ୍ରବାହ ପାଇଁ , ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଏବେ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଗ୍ରୀଷ୍ମ ପ୍ରବାହ ବଢ଼ିବାକୁ ଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସକାଳୁଆ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨ ଅପ୍ରେଲ ଶନିବାର ପର‌୍ୟ୍ୟନ୍ତ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆଗକୁ ମଧ୍ୟ ଏହି ପରିସ୍ଥିତି ଜାରି ରହିବା ସମ୍ଭାବନା ଥିବାରୁ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସ୍କୁଲ ସମୟରେ ପରିବର୍ତ୍ତନ ଅଣାଯାଇଛି।

ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ଛାତ୍ରଛାତ୍ରୀମାନେ ସକାଳେ ସ୍କୁଲ ଯିବେ । ସକାଳ ସାଢେ ୬ଟାରୁ ୧୦ଟା ପର‌୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠପଢ଼ା ହେବା ସହ ସକାଳ ୭ଟାରୁ ୧୧ଟା ଯାଏଁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ କ୍ଲାସ କରିବେ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୩୧ ତାରିଖ ଗୁରୁବାର ଦିନ ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ୧ ଅପ୍ରେଲ, ଶୁକ୍ରବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

୨ ଅପ୍ରେଲ, ଶନିବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top