Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଡିଆର୍‌ଡିଏର ତଥ୍ୟ ଲିକ୍ ମାମଲା : ଦୁବାଇରୁ ଆସୁଥିଲା ଟଙ୍କା

ଭୁବନେଶ୍ୱର (ଓଡ଼ିଶା ୱେୟାର) : ବାଲେଶ୍ୱର ଚାନ୍ଦିପୁର ଆଇଟିଆର୍‌ରୁ ଡିଆର୍‌ଡିଏର ତଥ୍ୟ ଲିକ୍ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କଠାରୁ ପ୍ରତିଦିନ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ ମୋଟ୍‌ ୩୮ ହଜାର ଟଙ୍କା ଆସିଛି। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା।
ସେ କହିଛନ୍ତି, ଅଭିଯୁକ୍ତମାନଙ୍କ ମୋବାଇଲ ଓ ଆକାଉଣ୍ଟ ନମ୍ବର ଯାଞ୍ଚ କରାଯାଉଛି। ଅନ୍ୟମାନଙ୍କ ଆକାଉଣ୍ଟକୁ ଟଙ୍କା ଆସିଛି କି ନାହିଁ ଜେରା ଚାଲିଛି। ଅଭିଯୁକ୍ତମାନଙ୍କ ସହ ଜଣେ ମହିଳା ସୋଶାଲ୍‌ ମିଡିଆରେ ଚାଟିଂ କରୁଥିଲେ। ସଂପୃକ୍ତ ମହିଳା ଜଣକ ୟୁକେର ଏକ ଟେଲିଫୋନ ନମ୍ବର ବ୍ୟବହାର କରୁଥିଲେ। କେଉଁ କେଉଁ ତଥ୍ୟ ଲିକ୍ ହୋଇଛି ଏବଂ ତାର ଗୁରୁତ୍ୱ କଣ, ସେସବୁର ତର୍ଜମା ପାଇଁ ଏୟାରଫୋର୍ସର ଏକ ୩ ଜଣିଆ ଟିମ୍‌ କ୍ରାଇମବ୍ରାଞ୍ଚକୁ ତଦନ୍ତରେ ସହଯୋଗ କରୁଛି। ଏୟାର ଫୋର୍ସର ଏକ ଟିମ୍‌ ଜେରାରେ ସାମିଲ ଅଛନ୍ତି ବୋଲି ଶ୍ରୀ ପଣ୍ଡା କହିଛନ୍ତି।
ଶ୍ରୀ ପଣ୍ଡା ଆହୁରି କହିଛନ୍ତି, ଅଭିଯୁକ୍ତଙ୍କୁ କଟକରେ NIA ଟିମ୍‌ ଜେରା କରିନି। ଜବତ ଟେଲିଫୋନକୁ ଫୋରେନସିକ ଆନାଲିସିସ ପାଇଁ ପଠାଯିବ। ଅନ୍ୟ କେଉଁ ଉପାୟରେ ବା ବ୍ୟାଙ୍କରେ ଟଙ୍କା ନେଇଛନ୍ତି, ତାହାର ତଦନ୍ତ କରିବୁ ବୋଲି କହିଛନ୍ତି ଶ୍ରୀ ପଣ୍ଡା।
ସୋମବାର ଏୟାରଫୋର୍ସ ଟିମ୍‌ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ପହଞ୍ଚିଛି। ସେମାନେ ଅଭିଯୁକ୍ତମାନଙ୍କୁୁ ମାରାଥନ ଜେରା କରିଛନ୍ତି। ୫ ଘଣ୍ଟା ଧରି ଏହି ଟିମ୍‌ ୫ ଅଭିଯୁକ୍ତଙ୍କୁ ଜଣ ଜଣ କରି ଜେରା କରିଛନ୍ତି। କେଉଁ କେଉଁ ତଥ୍ୟ ଏମାନେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ପ୍ରଦାନ କରିଛନ୍ତି? ଏସବୁ ନେଇ ଗୁଡେଇ ତୁଡେଇ ପ୍ରଶ୍ନ କରିଥିଲେ ଏୟାର ଫୋର୍ସ ଅଧିକାରୀ? ଅନ୍ୟପଟେ ଉତ୍ତରପ୍ରଦେଶରେ ରହିଥିବା ପାକିସ୍ତାନୀ ହ୍ୟାଣ୍ଡଲର ସେମାନଙ୍କୁ ନିୟନ୍ତ୍ରଣ କରୁଥିବା ସୂଚନା ରହିଛି। ବର୍ତ୍ତମାନ ସେ ହ୍ୟାଣ୍ଡଲରଙ୍କୁଠାବ କରିବା ସହ ଅନ୍ୟ କେଉଁ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା ଆଗକୁ ବଢାଇଛି। ହ୍ୟାଣ୍ଡଲରକୁ ଠାବ କରାଯିବା ପରେ ଅଧିକ ତଦନ୍ତ ପାଇଁ NIAର ସହଯୋଗ ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି।
ତଥ୍ୟ ଲିକ୍‌ ମାମଲାରେ ବାଲେଶ୍ୱର ପୁଲିସ ସେପ୍ଟେମ୍ୱର ୧୮ ତାରିଖରେ ଆଇଟିଆର୍‌ର ୪ ଠିକା କର୍ମଚାରୀଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଝାମ୍ପରାହାଟ ଗାଁର ବସନ୍ତ ବେହେରା, ଶ୍ରୀକୋଣା ଗ୍ରାମର ଶେଖ୍‌ ମୁଶାଫିର, ପାଳଶିଆର ତାପସ ରଞ୍ଜନ ନାୟକ, ବୁଆଁଳ ଗାଁର ହେମନ୍ତ କୁମାର ମିସ୍ତ୍ରୀ। ଘଟଣାର ଗୁରୁତ୍ୱ ଦେଖି ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲା। କ୍ରାଇମବ୍ରାଞ୍ଚ ତଦନ୍ତ କରୁ କରୁ ଆଇଟିଆର ଜଣେ କର୍ମଚାରୀଙ୍କୁ ଗିରଫ କରିଥିଲା। ସେ ହେଉଛନ୍ତି ଉତ୍ତରପ୍ରଦେଶର ସଚିନ କୁମାର ଓରଫ ଛତା। ସେ ଆଇଟିଆରରେ ଡ୍ରାଇଭର ଭାବେ କାମ କରୁଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top