Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଡିପ୍‌ଥେରିଆ ସଂକ୍ରମଣର ଉତ୍ସ କଳାହାଣ୍ଡି

ଡିପ୍‌ଥେରିଆ ସଂକ୍ରମଣ ନେଇ ଆଜି ଗଣମାଧ୍ୟକୁ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା କହିଛନ୍ତି ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ। ପ୍ରଥମେ କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ଏହି ସଂକ୍ରମଣ ବ୍ୟାପିଥିବା କହିଲେ ପରିବାର କଲ୍ୟାଣ ନିର୍ଦ୍ଦେଶିକା। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଳାହାଣ୍ଡି, କୋରାପୁଟରେ ଚାଲିଛି ସର୍ଭେଲାନ୍ସ ।ଡିପ୍‌ଥେରିଆରେ ମୃତ ୧୧ ବର୍ଷୀୟ ଝିଅର ଓଜନ ୧୫ କେଜି ଥିଲା। ତାହା ଅପପୁଷ୍ଟି କି ନାହିଁ, ସେନେଇ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷରେ ଡିପଥେରିଆକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ରାୟଗଡ଼ା କାଶୀପୁରରେ ୧ ବର୍ଷ ବୟସ ମଧ୍ୟରେ ଥିବା ଶିଶୁଙ୍କୁ ଦିଆଯାଇଛି ପେଣ୍ଟା ଡୋଜ୍। ସେହିପରି ୫ରୁ ୧୫ ବର୍ଷ ବୟସ୍କଙ୍କୁ ଟିଡି ଡୋଜ୍ ଦିଆଯିବ। ବର୍ତ୍ତମାନ ଗାଇଡଲାଇନ୍ ଅନୁସାରେ ସଂକ୍ରମଣ ଅଂଚଳରେ ସର୍ଭେଲାନ୍ସ ଚାଲିଥିବା ବେଳେ ସରିବା ପରେ ସଂକ୍ରମଣ ବ୍ୟାପିଥିବା ଅନ୍ୟ ଅଞ୍ଚଳରେ ବୁଷ୍ଟର ଡୋଜ୍ ଦିଆଯିବ।ଆଗକୁ ଗଜପତି, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରିରେ ସର୍ଭେଲାନ୍ସ ହେବ ବୋଲି ସୂଚନା ମିଳିଛି। ଅପରପକ୍ଷରେ ଡିପଥେରିଆ ବାୟୁ ଦ୍ୱାରା ସଂକ୍ରମିତ ହେଉଥିବାରୁ ଏହାକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ମାସ୍କ ପିନ୍ଧିବା ସହ ହାତ ଧୋଇବା ଭଳି ନିୟମ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top