Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ତଦନ୍ତ ଆଳରେ ଯଦୁପୁରରେ କେବଳ ଡ୍ରାମା କରୁଛି ଏସଆଇଟି : ବିରୋଧୀ ଦଳ ନେତା

ଭୁବନେଶ୍ୱର((ଓଡ଼ିଶା ୱେୟାର): ପରୀ ହତ୍ୟାକାଣ୍ଡ ଘଟଣାରେ ଏସଆଇଟି ଜଣେ ନାବାଳକକୁ ଗିରଫ କରିଛି । ତଦନ୍ତ ଆଳରେ ଯଦୁପୁରରେ ଏସଆଇଟି କେବଳ ଡ୍ରାମା କରୁଛି ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କହିଛନ୍ତି । ଏପଟେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଜେପିକୁ ସମାଲୋଚନା କରି କହିଛନ୍ତି ଯେ, ଗିରଫ ବ୍ୟକ୍ତି ଦୋଷୀ ନୁହେଁ ବୋଲି ବିଜେପି କହୁଛି, ତା’ହେଲେ ପ୍ରକୃତ ଦୋଷୀ କିଏ ତାହା ବିଜେପି କହୁ ବୋଲି ସେ ପ୍ରଶ୍ନ କରିଛନ୍ତି ।
ପରୀକୁ ନ୍ୟାୟ ପାଇଁ ବିଜେପି ପକ୍ଷରୁ ଚାଲିଥିବା ପଦଯାତ୍ରାର ଦ୍ୱିତୀୟ ଦିନରେ ଶ୍ରୀ ନାଏକ ସାମିଲ ହୋଇ କହିଛନ୍ତି ଯେ, ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହାକୁ ହତ୍ୟା ବୋଲି ସ୍ୱୀକାର କରିଥିଲେ । ପରୀର ମୃତ ଶରୀରରୁ ଦୁଷ୍କର୍ମ ହୋଇଛି ବୋଲି କୌଣସି ପ୍ରମାଣ ମିଳିପାରିବ ନାହିଁ ବୋଲି ଲିଖିତ ଉତ୍ତର ମଧ୍ୟ ରଖିଥିଲେ । କିନ୍ତୁୂ କୋର୍ଟ ମନିଟରିଂ କରୁନଥିବା ତଥା ପୁଲିସ କ୍ଷମତା ନଥିବା ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ପରୀ ସହ ଦୁଷ୍କର୍ମ ହୋଇଛି ବୋଲି କହିଛନ୍ତି । ତା’ହେଲେ ଗୃହ ରାଷ୍ଟ୍ରମନ୍ତ୍ରୀ କି ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥାଙ୍କ ମଧ୍ୟରୁ କିଏ ସତ କହୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି ।
ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ବିଜେଡିର ହାତବାରେସି ସାଜି ଲିପାପୋତା କରି ପରୀ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ବାବୁଲି ନାଏକ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଶାସକ ଦଳ ମନ୍ତ୍ରୀ ଅରୁଣ ସାହୁଙ୍କ ପାଇଁ ସୁରକ୍ଷା କବଚ ସାଜିଛନ୍ତି ବୋଲି ଶ୍ରୀ ନାଏକ ଅଭିଯୋଗ କରିଛନ୍ତି । ଶାସକ ଦଳର ପ୍ରଭାବ ପୁଲିସର ନିଷ୍କ୍ରିୟତା ପାଇଁ ନୟାଗଡ ଜିଲ୍ଲା ଯଦୁପୁର ଗାଁର ୫ ବର୍ଷୀୟ ଝିଅ ‘ପରୀ’ର ହୃଦୟ ବିଦାରକ ହତ୍ୟା ଘଟଣା ୫ ମାସ ବିତିଯାଇଥିଲେ ସୁଦ୍ଧା କୌଣସି ଅପରାଧିଙ୍କ ଟେର୍ ମିଳିଲା ନାହିଁ । ବିଧାନସଭା ଭିତରେ ଓ ବାହାରେ ପରୀ ସମେତ ରାଜ୍ୟର ନିଖୋଜ ୫୫୦୦ରୁ ଉର୍ଦ୍ଧ୍ୱ ଶିଶୁଙ୍କୁ ଖୋଜି ଉଦ୍ଧାର କରିବା ଓ କୋଳଶୂନ୍ୟ ହୋଇଥିବା ମା’ ମାନଙ୍କୁ ନ୍ୟାୟ ପ୍ରଦାନ ପାଇଁ ବିଜେପି ପ୍ରଥମରୁ ଦାବି କରିଆସୁଛି । ଏଭଳି ଏକ ସମ୍ବେଦନଶୀଳ ଘଟଣାରେ ବିଜେପି ରାଜ୍ୟପାଳଙ୍କ ପାଖରେ ମଧ୍ୟ ଫେରାଦ ହେଲା । ରାଜ୍ୟସରକାର ଭୟଭୀତ ହୋଇ ବିଧାନସଭା ଗୃହକାର୍ଯ୍ୟକୁ ବନ୍ଦ କରିଦେଲେ । ରାଜ୍ୟସରକାର ଚଂଚକତା କରି ନିଜର ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ଏସଆଇଟି ତଦନ୍ତର ଘୋଷଣା କଲେ । କିନ୍ତୁ ଗଠିତ ଏସଆଇଟିର ବୈଧତାକୁ ନେଇ ପ୍ରଶ୍ନ ଉଠିଛି । ଏସଆଇଟି ମୁଖ୍ୟ ଟଙ୍କା ଲାଂଚ ଯାଚି ତଦନ୍ତକୁ ପ୍ରଭାବିତ କରିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ପାଇଛି । ପରୀ ଘଟଣାକୁ ଚପାଇ ଦେବା ପାଇଁ ତଦନ୍ତ ଆଳରେ ଏସଆଇଟି ଯଦୁପୁରରେ କେବଳ ଡ୍ରାମା କରୁଛି ବୋଲି ଶ୍ରୀ ନାଏକ ଅଭିଯୋଗ କରିଛନ୍ତି ।
ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ଘଟଣାରେ ବିଜେପିକୁ ସମାଲୋଚନା କରି କହିଛନ୍ତି ଯେ କଂଗ୍ରେସ ଏସଆଇଟି ତଦନ୍ତ ଦାବି କରିଥିଲା, ଆଜି ଏସଆଇଟି ଅଭିଯୁକ୍ତକୁ ଗିରଫ କରିଛି । ବିଜେପି କହୁଛି ଗିରଫ ବ୍ୟକ୍ତି ଦୋଷୀ ନୁହଁନ୍ତି, ପ୍ରକୃତ ଦୋଷୀ କିଏ ବିଜେପି କହୁ ବୋଲି ସେ ପ୍ରଶ୍ନ କରିଛନ୍ତି । ସ୍ଥାନୀୟ ମନ୍ତ୍ରୀଙ୍କ ବିରୋଧରେ ଫୋନ୍ ବାର୍ତ୍ତାଳାପ ଅଭିଯୋଗ ଆସିଥିଲା । ଏସଆଇଟି ଉକ୍ତ ଫୋନ୍ ବାର୍ତ୍ତାଳାପର ମଧ୍ୟ ତଦନ୍ତ କରୁ । ମହିଳା ନିର୍ଯାତନାରେ ଲୋକସଂଖ୍ୟା ଦେଖିଲେ ଓଡ଼ିଶା ଦେଶରେ ୧ନମ୍ବର । ପରୀ ମାମଲାରେ କିନ୍ତୁ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରୁନାହିଁ । ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ଚାହୁଁଛି ବୋଲି ନରସିଂହ କହିଛନ୍ତି ।
ସୂଚନାଯୋଗ୍ୟ, ପରୀକୁ ନ୍ୟାୟ ଦେବା ପାଇଁ ବିଜେପିର ଏହି ପଦଯାତ୍ରା ଆଜି ଦ୍ୱିତୀୟ ଦିନରେ ପହଂଚିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top