Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ବିଶେଷ

ଦାଦନ ରୋକିବାକୁ ୨ ଜିଲ୍ଲାକୁ ୧୩୪ କୋଟି ଟଙ୍କା

ବଲାଙ୍ଗିର: ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଦାଦନ ଚାଲାଣ ରୋକିବା ପାଇଁ ରାଜ୍ୟ ସରକାର ବୁଧବାର ୧୩୪ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି । ରାଜ୍ୟ ଶ୍ରମ ମନ୍ତ୍ରୀ ସୁଶାନ୍ତ କୁମାର ସିଂହ ଏହି ସୂଚନା ଦେଇଛନ୍ତି । ବଲାଙ୍ଗିରରେ ଡିଆରଡିଏ ସମ୍ମିଳନୀ କକ୍ଷରେ ଏକ ସ୍ୱତନ୍ତ୍ର ବୈଠକ ପରେ ଶ୍ରୀ ସିଂ କହିଛନ୍ତି ଯେ ବଲାଙ୍ଗିର,ନୂଆପଡ଼ା, ସୋନପୁର, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ଚଳିତବର୍ଷ ମରୁଡ଼ି ଦେଖାଦେଇଛି । ତେଣୁ ଏସବୁ ଜିଲ୍ଲାର ଲୋକ ବାହାରକୁ ଦାଦନ ଖଟିବାକୁ ଯିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ୩୦ଟି ପଂଚାୟତରେ କର୍ମନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିବାକୁ ନିଷ୍ପତି ନେଇଛନ୍ତି । ଅନ୍ୟ ପ୍ରଭାବିତ ଜିଲ୍ଲା ଓ ପଂଚାୟତ ପାଇଁ ପରବର୍ତୀ ସମୟରେ ପ୍ୟାକେଜ୍ ଘୋଷଣା କରାଯିବ । ଏହି ବୈଠକରେ ଶ୍ରମ ସଚିବ ଅନୁ ଗର୍ଗ, କମିଶନର ସଚିନ ରାମଚନ୍ଦ୍ର ଯାଦବ, ଉପରୋକ୍ତ ୫ଟି ଜିଲ୍ଲାର ବରିଷ୍ଠ ଶ୍ରମ ଓ ପୁଲିସ୍ ଅଧିକାରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top