Latest

ଦିନରେ ଲାଗୁ ହେବ ନାହିଁ କର୍ଫୁ: ଏସଆରସି

Posted on

ଭୁବନେଶ୍ୱର (ଓଡ଼ିଶା ୱେୟାର):ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ ଓ କର୍ଫ୍ୟୁ ଲାଗୁ ସମ୍ପର୍କରେ ଚର୍ଚ୍ଚା ଲାଗି ରହିଥିବା ବେଳେ ଏନେଇ ସ୍ପଷ୍ଟ କରିଛନ୍ତି (ଝଜଉ) ସ୍ୱତନ୍ତ୍ର ରିଲଫ୍ କମିଶନର ପ୍ରଦୀପ କୁମାର ଜେନା। ସେ କହିଛନ୍ତି ରାଜ୍ୟରେ ଦିନ କର୍ଫ୍ୟୁ ଲାଗୁ ହେବ ନାହିଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ବର୍ତ୍ତମାନ ସ୍ଥିତିରେ ଦିନ କର୍ଫ୍ୟୁ ନେଇ କୌଣସି ଯୋଜନା ନାହିଁ। ସମସ୍ତେ କୋଭିଡ୍ ନିୟମ ମାନି ଚଳିବାକୁ ସେ ପରାମର୍ଶ ଦେଇଛନ୍ତି।

କରୋନା ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଥିଲେ। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହି କଟକଣା ଲାଗୁ ହେବ। ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version