Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦିଲ୍ଲୀରେ ଫୁଟିବନି ବାଣ; ବାଣ ତିଆରି ଓ ବିକ୍ରି ଉପରେ ଲାଗିଲା ବାନ୍ ଲଗେଇଲେ ସରକାର

ଚଳତବର୍ଷ ରାଜଧାନୀ ଦିଲ୍ଲୀରେ ଫୁଟିବାନି ବାଣ। ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ତିଆରି ଓ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ସରକାର । ବିଶେଷ କରି ଶୀତ ଋତୁର ଆଗମନ ସହ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଅହେତୁକ ବୃଦ୍ଧି ପାଇଥାଏ । ଏଥିରେ ସାଧାରଣ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଥାନ୍ତି । ତେଣୁ ଏହାକୁ ଆଖି ଆଗରେ ରଖି ଦିଲ୍ଲୀ ସରକାର ସୋମବାର ଅର୍ଥାତ ଅକ୍ଟୋବର ୧୪ରୁ ଜାନୁଆରୀ ୧, ୨୦୨୫ ପର୍ଯ୍ୟନ୍ତ ଦିଲ୍ଲୀରେ ବାଣ ଫୁଟାଇବା, ବାଣ ଜମା ରଖିବା, ବିକ୍ରି ଏବଂ ଏହାର ବ୍ୟବହାର ଉପରେ କଟକଣା ଲାଗୁ କରାଯାଇଛି । ଦିଲ୍ଲୀ ସରକାରରେ ପରିବେଶ ମନ୍ତ୍ରୀ ଥିବା ଗୋପାଳ ରାୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜାରି କରାଯାଇଥିବା ଆଦେଶରେ ଦିଲ୍ଲୀ ସରକାର ବାୟୁ ପ୍ରଦୂଷଣ ରୋକିବା ଏବଂ ନିୟନ୍ତ୍ରଣ ଅଧିନିୟମ ୧୯୮୧ର ଧାରା ୩୧ (ଏ) ଅନୁଯାୟୀ ବାଣ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

ରାଜଧାନୀ ଦିଲ୍ଲୀରେ ଶୀତ ଦିନ ଆରମ୍ଭ ହେବା ପୂର୍ବରୁ ପ୍ରଦୂଷଣର ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଦଶହରା ପରେ ଏନସିଆରରେ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି । ଫଳରେ ଦିଲ୍ଲୀର ଅଧିକାଂଶ ପ୍ରମୁଖ ସହରଗୁଡିକରେ ବାୟୁର ଗୁଣବତ୍ତା ସୂଚକାଙ୍କ ୨୦୦ ଟପି ଯାଇଛି । ତେଣୁ ଏହି କଟକଣା ମାନିବା ଓ ପ୍ରଦୂଷଣ ରୋକିବାରେ ଦିଲ୍ଲୀବାସୀଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଛି । ଏହା ସହ

ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଲ ରାୟ ରାଜଧାନୀବାସୀଙ୍କୁ କଡା ଚେତାବନୀ ଦେଇ କହିଛନ୍ତି ଯଦି କେହି ଏହି କଟକଣା ନ ମାନି ପ୍ରଦୂଷଣ କରିବ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top