Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଧର୍ମେନ୍ଦ୍ରଙ୍କ ପ୍ରସ୍ତାବକୁ ବିଜେଡିର ସମର୍ଥନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ପଡ଼ୋଶୀ ରାଜ୍ୟଗୁଡ଼ିକ ସହ ଥିବା ସୀମାବିବାଦର ଆପୋଷ ଆଲୋଚନା ମାଧ୍ୟମରେ ସମାଧାନ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା କେତେକ ପ୍ରସ୍ତାବକୁ ବିଜେଡି ସମର୍ଥନ କରିଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୀମା ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ପଡ଼ୋଶୀ ରାଜ୍ୟ ସହ ଆପୋଷ ଆଲୋଚନା ଓ ଆବଶ୍ୟକ ପଡ଼ିଲେ କେନ୍ଦ୍ରର ସହାୟତା ଲୋଡ଼ିବାକୁ ପ୍ରସ୍ତାବ ଦେଇଥିଲେ ।
ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ଦେବୀପ୍ରସାଦ ମିଶ୍ର ଏ ସମ୍ପର୍କରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଯେଉଁସବୁ ପ୍ରସ୍ତାବ ଦେଇଛନ୍ତି ତାହା ବହୁତ ଭଲ । ସମସ୍ତେ ମିଳିତ ହୋଇ ଏକସ୍ୱର ଉଠାଇବା ଦରକାର । ସୀମା ବିବାଦ ବହୁ ପୁରୁଣା ବିଷୟ । ସୀମା ବିବାଦ ପ୍ରସଙ୍ଗରେ ବିଧାନସଭାରେ ଏକ କମିଟି ରହିଛି, ଏନେଇ ବାଚସ୍ପତି ଯାହା ନିଷ୍ପତ୍ତି ନେବେ । ସେ ଚାହିଁଲେ କମିଟି ପଠାଇ ସରଜମିନ୍ ତଦନ୍ତ କରିପାରିବେ । ସୀମା ବିବାଦର ଆପୋଷ ସମାଧାନ ପାଇଁ ମୁଖ୍ୟ ସଚିବସ୍ତରୀୟ ଆଲୋଚନା ନହେଲେ ରାଜସ୍ୱ ମନ୍ତ୍ରୀ ଅବା ଆବଶ୍ୟକ ପଡ଼ିଲେ ମୁଖ୍ୟମନ୍ତ୍ରୀ ପଡ଼ୋଶୀ ରାଜ୍ୟ ସହ ଆଲୋଚନା କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି ।
ସୂଚନାଯୋଗ୍ୟ, ଓଡ଼ିଶାର ସୀମା ଭିତରକୁ ଆନ୍ଧ୍ରପ୍ରଦେଶ ପଶି ଆସିଥିବାକୁ ନେଇ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top