Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଧର୍ମେନ୍ଦ୍ର ଓ ଅପରାଜିତାଙ୍କ ବିରୁଦ୍ଧରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ ସାଧାରଣ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବାଦିନଠୁ ଶାସକ ବିଜେଡି ନିୟମିତ ଭାବେ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବା ପାଇଁ ଜୋରଦାର ପ୍ରୟାସ କରିଛି । ବିଭିନ୍ନ ଅପ୍ରାସଙ୍ଗିକ ଘଟଣାକୁ ଆଧାର କରି ବିଜେଡି ନିୟମିତ ଭାବେ ବିଜେପି ଓ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମ ସଂସ୍ଥା ବିରୁଦ୍ଧରେ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେବାରେ ଲାଗିଛି । ଆଜି ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ୱରରୁ ବିଜେପିର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ବିରୁଦ୍ଧରେ ବିଜେଡି ଫେରାଦ ହୋଇଛି ।
ବିଜେଡି ଅଭିଯୋଗ କରିଛି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ତାଳଚେରରେ ନିଜର ମତାଧିକାର ସାବ୍ୟସ୍ତ କରିବା ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ଦେବାକୁ ଲୋକଙ୍କୁ ପ୍ରବର୍ତ୍ତାଇଥିବାରୁ ତାଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ଦାବି କରିଛି । ପ୍ରଚାର ନିରବ ଅବଧି ମଧ୍ୟରେ ଧର୍ମେନ୍ଦ୍ର ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ମାଗିଥିବାରୁ ତାଙ୍କର ପ୍ରଚାର ଅଭିଯାନ ଉପରେ ଏକ ସପ୍ତାହର କଟକଣା ପାଇଁ ବିଜେଡି ଆଜି ଦାବି କରିଛି ।
ସେହିପରି ଭୁବନେଶ୍ୱରରୁ ବିଜେପିର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଦିନ ୨ଟାରୁ ୩ଟା ମଧ୍ୟରେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ଏକ ବୁଥରେ ନିଜର ୨୦-୨୫ଜଣ ସମର୍ଥକଙ୍କ ସହ ପ୍ରବେଶ କରିଥିଲେ ମଧ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା କର୍ମଚାରୀମାନେ ତାଙ୍କୁ ପ୍ରତିରୋଧ କରିନଥିଲେ । ଏହା ନିର୍ବାଚନ କମିଶନଙ୍କ ଗାଇଡଲାଇନର ଖୋଲା ଉଲ୍ଲଘଂନ ବୋଲି ବିଜେଡି ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରିଛି ।
ଏହାବ୍ୟତୀତ କଟକ ବାରବାଟୀରୁ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶୀଷ ସାମନ୍ତରାୟଙ୍କୁ ନିର୍ବାଚନ କମିଶନ ନୋଟିସ୍ ଜାରି କରିବା ଉପରେ ବିଜେଡି ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛି । ପ୍ରଚାର ନିରବ ଅବଧି ମଧ୍ୟରେ ଶ୍ରୀ ସାମନ୍ତରାୟ ସୋଶାଲ ମିଡିଆରେ ଏକ ପୋଷ୍ଟିଂ କରିଥିଲେ । ଯେଉଁଥିପାଇଁ ତାଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ନୋଟିସ୍ ପଠାଇଛନ୍ତି । ବିଜେଡି ଅଭିଯୋଗ କରିଛି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଘଂନ କରୁଥିବାର ତଥ୍ୟ ପ୍ରମାଣ ଦିଆଯାଉଥିଲେ ମଧ୍ୟ ନିର୍ବାଚନ କମିଶନ ଏକତରଫା ଭାବେ କେବଳ ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କରୁଛନ୍ତି ।
ଏହି ପ୍ରତିନିଧି ଦଳରେ ବିଜେଡି ମୁଖପାତ୍ର ସସ୍ମିତ ପାତ୍ର, ସୁଲତା ଦେଓ ଓ ଲେନିନ ମହାନ୍ତି ସାମିଲ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top